ବୁଧବାର ରାଶିଫଳ: କେମିତି କଟିବ କାଲିର ଦିନ, ସୌଭାଗ୍ୟ ପ୍ରାପ୍ତ ହେବ

Published By : Prameya-News7 Bureau | September 07, 2021 IST

ମେଷ – ଚନ୍ଦ୍ର ଏବଂ ମଙ୍ଗଳଙ୍କ ଉଚ୍ଚାବସ୍ଥାନ ଆପଣଙ୍କ କାର୍ଯ୍ୟ ସିଦ୍ଧି, ଆର୍ଥିକ ଉନ୍ନତି ସହ ବନ୍ଧୁ ସମ୍ପର୍କକୁ ଦୃଢୀଭୂତ କରିବ । ଅତୀତର ଘଟଣା ଗୁଡିକର ସମୀକ୍ଷା କରି ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ – ସାମାନ୍ୟ ଅସ୍ଥିରତା ଲାଗି ରହିଲେ ମଧ୍ୟ ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିଥିବାରୁ ଆଶ୍ୱସ୍ତି ଅନୁଭବ କରିବେ । ସାମାଜିକ ସ୍ତରରେ କୌଣସି ନୂତନ ଦାୟିତ୍ୱ ହାତକୁ ନେବକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ - ରାଶିରେ ବଳବାନ୍‌ ରାହୁ ଏବଂ ଭାଗ୍ୟସ୍ଥ ବୁଧ ଯୋଗୁ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, ଆପଣଙ୍କ ଚେଷ୍ଟା କଦାପି ନିଷ୍ଫଳ ହେବ ନାହିଁ । ନିର୍ମାଣାଧୀନ କାମ ଓ ଅନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସୂଚନା ରହିଛି । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – ଆଜି ରାଶ୍ୟାଧିପତି ସହ ଅନ୍ୟ ଦୁଇଟି ଗ୍ରହଙ୍କ ସମାବେଶ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିିତି ସୃଷ୍ଟି କରିପାରନ୍ତି । ପରିବାରରେ ସାମାନ୍ୟ କଥାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ସମସ୍ୟାଜନିତ ଟେନ୍‌ସନ ସୃଷ୍ଟି କରିବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ସ୍ୱଗୃହୀ ଶୁକ୍ର ପ୍ରଭାବରେ ଆରୋଗ୍ୟଲାଭ କରିବେ ଏବଂ ବନ୍ଧୁଙ୍କ ପରାମର୍ଶରୁ ଆଶ୍ୱସ୍ତି ଲାଭ କରିପାରନ୍ତି । ବନ୍ଧୁସମ୍ପର୍କରେ ଉନ୍ନତି ଘଟିବ ଏବଂ ଫଳପ୍ରଦ ଆଲୋଚନା ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ପାଖ ପଡୋଶୀଙ୍କ ସହାୟତାରେ ପାରିବାରିକ ଅସ୍ଥିରତା ଦୂର ହେବା ସାଙ୍ଗକୁ ମନର ବଳ ଖୁବ୍‌ ଟାଣ ରହିବ । ଭ୍ରାତୃ ସମ୍ପର୍କରେ କିଛିଟା ବ୍ୟତିକ୍ରମ ହେବାର ସୂଚନା ରହିଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ତୁଳା – ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ତରରେ କିଛିଟା ଆଲୋଡନ ଅସ୍ଥିରତାର କାରଣ ହୋଇପାରେ । ବନ୍ଧୁମାନଙ୍କ ଜରିଆରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ପାପଗ୍ରହଯୁକ୍ତ ତୃତୀୟଭାବ ପ୍ରଭାବରେ ବନ୍ଧୁଙ୍କ ଉପରେ ଅଯଥା ରାଗ କିମ୍ବା ଅଭିମାନ କରି ଚୁପ୍‌ ରହିଲେ କ୍ଷତିରେ ପଡିବେ । ବିଶିଷ୍ଟ ବ୍ୟକ୍ତିମାନଙ୍କ ଅନୁରୋଧରେ ସାମାଜିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ଧାର୍ମିକ ହେବେ ।

ଧନୁ – ଆଜି ଯେଉଁ କାମରେ ବାହାରିବେ ସେଥିରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପାରିବାରିକ ଭାବପ୍ରବଣତା ଆପଣଙ୍କୁ କେତେମାତ୍ରାରେ ବିବ୍ରତ କରିପାରେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।

• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ପାରିବେଶିକ ଅସ୍ଥିରତା କାରଣରୁ ମାନସିକ ଅଶାନ୍ତି ଦେଖାଦେଇପାରେ । ବାହାର ସ୍ଥାନରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନଚେତ ଅଦଳବଦଳ ହୋଇଯାଇପାରେ । ବନ୍ଧୁଙ୍କ ସାହାର୍ଯ୍ୟ ସହ-ଯୋଗ ଲୋଡିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ - ପାପଗ୍ରହଯୁକ୍ତ ତୃତୀୟଭାବ ପ୍ରଭାବରେ ବନ୍ଧୁଙ୍କ ଉପରେ ଅଯଥା ରାଗ କିମ୍ବା ଅଭିମାନ କରି ଚୁପ୍‌ ରହିଲେ କ୍ଷତିରେ ପଡିବେ । ବିଶିଷ୍ଟ ବ୍ୟକ୍ତିମାନଙ୍କ ଅନୁରୋଧରେ ସାମାଜିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖୀ ହେବେ ।

ମୀନ - ଆଜି ରାଶ୍ୟାଧିପତି ସହ ଅନ୍ୟ ଦୁଇଟି ଗ୍ରହଙ୍କ ସମାବେଶ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିିତି ସୃଷ୍ଟି କରିପାରନ୍ତି । ପରିବାରରେ ସାମାନ୍ୟ କଥାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ସମସ୍ୟାଜନିତ ଟେନ୍‌ସନ ସୃଷ୍ଟି କରିବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.