Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ବୁଧବାର ରାଶିଫଳ: ଜାଣନ୍ତୁ କେମିତି କଟିବ କାଲିର ଦିନ

14/09/2021 at 7:06 PM

ମେଷ – ଶୁକ୍ର ପ୍ରଭାବରେ ଆନୁଷ୍ଠାନିକ ସୁବିଧା ସୁଯୋଗ ସହ କାବ୍ୟ, ସାହିତ୍ୟ, କଳା, କାରିଗର ପ୍ରତି ରୁଚି ବଳିବ । ବିଭିନ୍ନ ସୂତ୍ରରୁ ରୋଜଗାର କରିବେ କିନ୍ତୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ବୃଷ – କର୍ମଭାବରୁ ତିନୋଟିଗ୍ରହ ଅଷ୍ଟମସ୍ଥ ଯୋଗୁଁ କର୍ମକ୍ଷେତ୍ରରେ ଆଶାନୁରୁପ ଫଳ ପାଇବେ ନାହିଁ । ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – ସମ୍ପର୍କିୟମାନେ ଦୂରେଇ ଯାଉଥିବାରୁ ପରକୁ ଆପଣାର କରିବାକୁ ବାଧ୍ୟ ହେବେ । କାମର ଚାପ ବୃଦ୍ଧି ଯୋଗୁ ଆଜି ଅଫିସ୍‌ କାର୍ଯ୍ୟରେ ବେଶି ବ୍ୟସ୍ତ ରହିବେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – ପାରିବାରିକ କ୍ଷେତ୍ରରେ ଚାପ କ୍ରମଶଃ ବଢିପାରେ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି । କାନକୁହା କଥା ଶୁଣି ଉପର ଅଧିକାରିମାନେ ଖପ୍ପା ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୯ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ଚୋର ଭୟ ଅଛି ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ସିଂହ – ସ୍ୱଗୃହୀ ଶୁକ୍ର ପ୍ରଭାବରେ ଆରୋଗ୍ୟଲାଭ କରିବେ ଏବଂ ବନ୍ଧୁଙ୍କ ପରାମର୍ଶରୁ ଆଶ୍ୱସ୍ତି ଲାଭ କରିପାରନ୍ତି । ବନ୍ଧୁସମ୍ପର୍କରେ ଉନ୍ନତି ଘଟିବ ଏବଂ ଫଳପ୍ରଦ ଆଲୋଚନା ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ଡିଲ୍‌ ମିଳିବ ।
• ଗୃହିଣୀ- ସୁଖୀ ହେବେ ।

କନ୍ୟା – ବୁଧାଦିତ୍ୟ ଯୋଗ ଗୁରୁକ୍ଷେତ୍ରସ୍ଥ ହେତୁ ଆପଣଙ୍କ ଯୁକ୍ତିଯୁକ୍ତ କଥାକୁ ବନ୍ଧୁମାନେ ପସନ୍ଦ କରିବା ସହ ସହମତି ପ୍ରକାଶ କରିବେ । ପିଲାମାନଙ୍କ ସମସ୍ୟା ଭିତରେ ନିଜେ ବାନ୍ଧି ହୋଇଯିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

ତୁଳା – ଆଜି କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକ ଏବଂ ନିର୍ମାଣ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଉତ୍ତରାଷାଢା ନକ୍ଷତ୍ରର ସାମାନ୍ୟ ବଚସାରୁ ପ୍ରିୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଘଟିପାରେ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ପରିସ୍ଥିତି ସହ ଟକ୍କର ଦେଇ ଚେଷ୍ଟା ଅବ୍ୟାହତ ରଖିଲେ ସଫଳତା ପାଇବେ । ଯେମିତି ଚିନ୍ତା କରୁଛନ୍ତି,ସେହି ପରି କଲେ ସବୁ ଠିକ୍‌ ହୋଇଯିବ । ଆଲୋଚନା ମଝିରେ ଜଣେ ବନ୍ଧୁଙ୍କ ଉପସ୍ଥିିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଶୁଭ ରଙ୍ଗ ବ୍ରଉନ୍‌ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ପରକୁ ଆପଣାର କରିବେ ।

ଧନୁ – କେତୁ ଯୁକ୍ତ ରାଶିସ୍ଥ ହେତୁ କୌଶଳରେ କାମ ହାସଲ କରିପାରିବେ । ପ୍ରଶାସନିକ ସ୍ତରରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର – ସକାଳୁ ଅର୍ଥ ସାହାର୍ଯ୍ୟ ଆଶାରେ ବନ୍ଧୁଙ୍କୁ ବିଭିନ୍ନ ବିନୟପୂର୍ଣ୍ଣ କଥା କହିବେ । ଆଜି ଅଧ୍ୟୟନ, ଆଲୋଚନା , ତର୍କରେ ପ୍ରଶଂସିତ ହେବେ । ଭୁଲ୍‌ ବୁଝାମଣା କାରଣରୁ ପଡୋଶୀଙ୍କ ସହ ସମ୍ପର୍କ ତିକ୍ତ ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ – ସାମାନ୍ୟ ଅସ୍ଥିରତା ଲାଗି ରହିଲେ ମଧ୍ୟ ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିଥିବାରୁ ଆଶ୍ୱସ୍ତି ଅନୁଭବ କରିବେ । ସାମାଜିକ ସ୍ତରରେ କୌଣସି ନୂତନ ଦାୟିତ୍ୱ ହାତକୁ ନେବକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ – ଜନ୍ମ ଚନ୍ଦ୍ର ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କଥା ଚିନ୍ତା କରି ମାନସିକ ସ୍ଥିତି ଭଲ ରହି ନ ପାରେ । ଅଫିସ କାମ ହାସଲ ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

   Related Posts