ବୁଧବାରରେ ଏହି ରାଶି ବ୍ୟକ୍ତିଙ୍କର ଅତି ଭଲ-ଜାଣନ୍ତୁ ଆପଣଙ୍କ ରାଶିରେ କଣ ରହିଛି ଫଳାଫଳ

Published By : Prameya-News7 Bureau | October 22, 2019 IST

ମେଷ– ଆଜି ଆପଣଙ୍କର ଅସମ୍ପୂର୍ଣ୍ଣ କାମ ସମ୍ପୂର୍ଣ୍ଣ ହେବ। ବିବାଦର ସମାଧାନ, ଅବୁଝା ବନ୍ଧୁଙ୍କୁ ବୁଝାଇ ମନେଇବାରେ ମଧ୍ୟ ସମର୍ଥ ହୋଇପାରିବେ। ମନ ଚାହୁଁଥିବା ଜିନିଷ ଲାଭ କରିବା ଦିଗରେ ଚେଷ୍ଟା ରଖନ୍ତୁ, ଆଶା ପୂରଣ ହୋଇପାରେ। ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୧।
ବୃଷ – କର୍ମକ୍ଷେତ୍ରରେ ଅବହେଳାଜନିତ ଅଟକି ରହିଥିବା କାମଗୁଡିକ ତ୍ୱରାନ୍ୱିତ କରାଇବାରେ ଚେଷ୍ଟିତ ହେବେ। ଆଶା କରୁଥିବା ଦିଗରୁ ଧନପ୍ରାପ୍ତ ହେବ ନାହିଁ। ଲେଖାପଢା ଦିଗରୁ ଉପକୃତ ହୋଇପାରିବେ। ଶୁଭ ରଙ୍ଗ ଲାଲ୍। ଶୁଭ ଅଙ୍କ ୩।
ମିଥୁନ - ଦୀର୍ଘଦିନରୁ ଚେଷ୍ଟା କରୁଥିବା ଦିଗରୁ ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ। ପରିବାରର ଆବଶ୍ୟକତାକୁ ନେଇ ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।ଶୁଭ ରଙ୍ଗ ଧଳା। ଶୁଭ ଅଙ୍କ ୯।
କର୍କଟ –ଆଜିର ଅଫିସ କାମରେ ଭାବ ପ୍ରବଣତାବଶତଃ କିମ୍ବା ନିଜର କ୍ଷମତା ଅପବ୍ୟବହାର ଜନିତ ବିରକ୍ତିକର କଥା କହି ଅପଦସ୍ଥ ହେବେ। ପରକଥାରେ ପ୍ରଭାବିତ ହୋଇ ଭୁଲ ମାର୍ଗ ଅନୁସରଣ କରିପାରନ୍ତି। ଶୁଭ ରଙ୍ଗ କଳା। ଶୁଭ ଅଙ୍କ ୧।
ସିଂହ – ଆପଣଙ୍କ କଥା ଓ କାମରେ ମେଳ ନ ରହିବା କାରଣରୁ ଆଜି ଆପଣ ଅନ୍ୟମାନଙ୍କ ସକାଶେ ଅବିଶ୍ୱାସର ପାତ୍ର ହୋଇପାରନ୍ତି। ପାରିବାରିକ ଆବଶ୍ୟକତାକୁ ନେଇ ବ୍ୟୟର ମାତ୍ରା କ୍ରମଶଃ ବୃଦ୍ଧି ପାଇବ। ଶୁଭ ରଙ୍ଗ କ୍ରୀମ୍। ଶୁଭ ଅଙ୍କ ୪।
କନ୍ୟା – ଆପଣ ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ୱର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିବେ। ଋଣ ଉଠାଣ, ଲଟେରି କାରବାରରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ଶୁଭ ରଙ୍ଗ ବ୍ରାଉନ୍। ଶୁଭ ଅଙ୍କ ୨।
ତୁଳା – ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ ଓ ସଫଳତା ମଧ୍ୟ ପାଇବେ। ବନ୍ଧୁମାନଙ୍କ ସହ ହସ ଖୁସିରେ ସମୟ ଅତିବାହିତ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବା ସହ ନୂତନ କାର୍ଯ୍ୟରେ ମସ୍ଗୁଲ ରହିବେ। ଶୁଭ ରଙ୍ଗ ପିଙ୍କ୍। ଶୁଭ ଅଙ୍କ ୮।
ବିଛା – ପାରିପାଶ୍ୱିର୍କ ପରିବେଶ ଓ ପରିସ୍ଥିତିକୁ ନେଇ ସାମାନ୍ୟ ଅସ୍ଥିରତା ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଯାତ୍ରା କରିବାକୁ ପ୍ରସ୍ତୁତିପର୍ବରେ ଲାଗିପାରନ୍ତି। ସହନଶୀଳତା ଗୁଣର ଅଭାବ ହେତୁ ଅଶାନ୍ତିର କାରଣ ହୋଇପାରେ। ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭।
ଧନୁ – ନିଜ ଲୋକଙ୍କ ଚକ୍ଷୁ ସମସ୍ୟା ଲାଗିଚିନ୍ତିତ ରହିବେ।କାରବାରରେ ଶ୍ରଦ୍ଧା, ସମ୍ମାନ ଓ ଆଦରର ନ୍ୟୁନତା ଉପଲବ୍ଧି କରିବେ। କର୍ମକ୍ଷେତ୍ରରେ ଅସହଯୋଗ କାରଣଜନିତ ପ୍ରତିକୂଳ ପରିସ୍ଥିତି ଚାପ କ୍ରମଶଃ ବଢିପାରେ। ଶୁଭ ରଙ୍ଗ ପିଚ୍। ଶୁଭ ଅଙ୍କ ୫।
ମକର – କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ସାହାର୍ଯ୍ୟ ଲାଭ କରି ମନୋବଳ କ୍ରମଶଃ ବୃଦ୍ଧି ପାଇବ। ଅତୀତ ଘଟଣାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ଶୁଭ ରଙ୍ଗ ମେରୁନ୍। ଶୁଭ ଅଙ୍କ ୬।
କୁମ୍ଭ - ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ଓ ସାହାସିକତାର ଭିତ୍ତିଭୂମିରେ କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଆର୍ଥିକ ଦିଗଟି ଭଲ ରହିବ ଓ କୌଣସି ଜନହିତକର କାମରେ ତାହାକୁ ବିନି ଯୋଗ କରିବେ। ଶୁଭ ରଙ୍ଗ ନୀଳ। ଶୁଭ ଅଙ୍କ ୯।
ମୀନ - ଆପଣଙ୍କ ଲୋକ ପ୍ରିୟତା ଓ ପ୍ରଶଂସା ଅନ୍ୟମାନଙ୍କ ପାଇଁ ବିପଦର କାରଣ ହୋଇପାରେ। ଜଣେ ବ୍ୟକ୍ତି କର୍ମକ୍ଷେତ୍ରରେ ହଠାତ୍ ଅସହଯୋଗ କରିସମସ୍ୟାର କେନ୍ଦ୍ରବିନ୍ଦୁ ପାଲଟି ଯାଇପାରନ୍ତି। ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୩।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.