Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ମୋଦୀ ବନାମ ମମତା ! ପଶ୍ଚିମବଙ୍ଗ ମୁଖ୍ୟ ସଚିବଙ୍କ ଦିଲ୍ଲୀ ବଦଳି, ଚାରି ଦିନ ପୂର୍ବେ ମୁଖ୍ୟମନ୍ତ୍ରୀ ବଢାଇଥିଲେ କାର୍ଯ୍ୟକାଳ

28/05/2021 at 11:11 PM

ନୂଆଦିଲ୍ଲୀ ୨୮।୦୫: କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କ ମଧ୍ୟରେ  ଟଣାଓଟରା ଥମିବାର ନାଁ ନେଉନାହିଁ। ଆଉ କେନ୍ଦ୍ର ଓ ରାଜ୍ୟ କଳିରେ ବଳି ପଡୁଛନ୍ତି ପ୍ରଶାସନିକ ଅଧିକାରୀ। ଏହି କ୍ରମରେ କେନ୍ଦ୍ର ସରକାର ପଶ୍ଚିମବଙ୍ଗର ମୁଖ୍ୟ ସଚିବ ଅଲପନ ବନ୍ଦୋପାଧ୍ୟାୟଙ୍କୁ ଦିଲ୍ଲୀ ବଦଳି କରିଛନ୍ତି। କାର୍ମିକ ମନ୍ତ୍ରଣାଳୟ, ଲୋକ ଅଭିଯୋଗ ଓ ପେନସନ ବିଭାଗ ପଶ୍ଚିମବଙ୍ଗ ମୁଖ୍ୟ ସଚିବଙ୍କୁ ମେ ୩୧ରେ ନୂଆଦିଲ୍ଲୀ ଅଫିସ୍‌ରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛି।

କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ଆଦେଶ ଅନୁଯାୟୀ, ଅଲପନ ବନ୍ଦୋପାଧ୍ୟାୟଙ୍କୁ ଏବେ ନୂଆଦିଲ୍ଲୀରେ ନୂତନ ଦାୟିତ୍ଵ ଦିଆଯିବ। ତାଙ୍କୁ ମେ ୩୧ ସକାଳ ୧୦ଟା ପୂର୍ବରୁ କାର୍ଯ୍ୟାଳୟରେ  ହାଜର  ହେବାକୁ ପଡିବ। କେନ୍ଦ୍ର ସରକାର ପଶ୍ଚିମବଙ୍ଗ ସରକାରଙ୍କୁ ବନ୍ଦୋପାଧ୍ୟାୟଙ୍କୁ ଶୀଘ୍ର ଦାୟିତ୍ଵରୁ ମୁକ୍ତ କରିବାକୁ ଅନୁରୋଧ କରିଛି।

ମୁଖ୍ୟ ସଚିବଙ୍କୁ ଦିଲ୍ଲୀ ଠିକ୍ ସେହି ସମୟରେ ଡକାଯାଇଛି, ଯେତେବେଳେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ଗସ୍ତ କରି ବାତ୍ୟା କ୍ଷୟକ୍ଷତିର ସମୀକ୍ଷା ବୈଠକ  ଡକାଇଥିଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଧ ଘଣ୍ଟା ବିଳମ୍ବରେ ପହଞ୍ଚିଥିଲେ। ତାଙ୍କ ସହ ଅଲପନ ବନ୍ଦୋପାଧ୍ୟାୟ ମଧ୍ୟ ଥିଲେ। ସେପଟେ ପ୍ରଧାନମନ୍ତ୍ରୀ ଅପେକ୍ଷା କରିଥିବା ବେଳେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ସଚିବ ଅଧ ଘଣ୍ଟା ବିଳମ୍ବରେ ବୈଠକରେ ଯୋଗ ଦେଇଥିଲେ।

ସୂଚନାଯୋଗ୍ୟ, ଅଲପନ ବନ୍ଦୋପାଧ୍ୟାୟଙ୍କ ମୁଖ୍ୟ ସଚିବ ଭାବେ କାର୍ଯ୍ୟକାଳ ଚଳିତ ମାସରେ ସରୁଥିଲା। ହେଲେ କିଛି ଦିନ ପୂର୍ବେ ମମତା ସରକାର ତାଙ୍କ କାର୍ଯ୍ୟକାଳକୁ ତିନି ମାସ ପାଇଁ ବୃଦ୍ଧି କରିଥିଲେ। ଅଲପନ ବନ୍ଦୋପାଧ୍ୟାୟ ମମତାଙ୍କ ନିକଟତର ଭାବେ ପରିଚିତ।

ବନ୍ଦୋପାଧ୍ୟାୟ ୧୯୮୭ ବ୍ୟାଚର ଆଇଏଏସ ଅଫିସର। ସେ ହାଓ୍ଵଡା ସମେତ ଅନେକ ଜିଲ୍ଲାରେ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କୁ ଗତ ବର୍ଷ ସେପ୍ଟେମ୍ବରରେ ରାଜୀବ ସିହ୍ନାଙ୍କ ଅବସର ପରେ ମୁଖ୍ୟ ସଚିବ ପଦରେ ନିଯୁକ୍ତ ଦିଆଯାଇଥିଲା।

   Related Posts