Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

କେନ୍ଦ୍ରକୁ ଚେକ୍‌ ଦେଲେ ଦିଦି, ମୁଖ୍ୟ ସଚିବ ପଦରୁ ଅବସର ନେଲେ ବନ୍ଦୋପଧ୍ୟାୟ, ହେଲେ ମମତାଙ୍କ ପରାମର୍ଶଦାତା

31/05/2021 at 5:47 PM

ନୂଆଦିଲ୍ଲୀ, ୩୧/୦୫: ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ନେଇ ଲାଗି ରହିଥିବା କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କ ମଧ୍ୟରେ ବିବାଦରେ ଏକ ପ୍ରକାର ଅନ୍ତ ହୋଇଛି । ମୁଖ୍ୟ ସଚିବ ଅଲପନ ବନ୍ଦୋପାଧ୍ୟାୟ ଚାକିରୀ ସେବାରୁ ଆଜି ଅବସର ନେଇଛନ୍ତି । ଏହାପରେ ସେ ପଶ୍ଚିମବଙ୍ଗ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ମଧ୍ୟ ପାଇଛନ୍ତି । ଆସନ୍ତା କାଲିଠାରୁ ସେ ନିଜ କାର୍ଯ୍ୟଭାର ତୁଲାଇବା ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରକାଶ କରିଥିବା ବେଳେ ଏହି ପଦରେ ତିନି ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟ କରିବେ । ତାଙ୍କ ସ୍ଥାନରେ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ୍‌ ଏଚ୍‌. କେ. ଦ୍ୱିବେଦୀଙ୍କୁ ନିଯୁକ୍ତ କରାଯାଇଛି । ଅନ୍ୟପଟେ କିନ୍ତୁ ଅଲପନ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେନ୍ଦ୍ର ଲାଗିପଡ଼ିଛି । ତାଙ୍କ ବିରୋଧରେ ଖୁବ୍‌ଶିଘ୍ର ଚାର୍ଜସିଟ୍‌ ଦାଖଲ କରାଯିବା ନେଇ ଜଣାପଡ଼ିଛି ।

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ଗସ୍ତ କରି ବାତ୍ୟା କ୍ଷୟକ୍ଷତିର ସମୀକ୍ଷା ବୈଠକ  ଡକାଇଥିଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଧଘଣ୍ଟା ବିଳମ୍ବରେ ପହଞ୍ଚିଥିଲେ। ତାଙ୍କ ସହ ଅଲପନ ବନ୍ଦୋପାଧ୍ୟାୟ ମଧ୍ୟ ଥିଲେ । ସେପଟେ ପ୍ରଧାନମନ୍ତ୍ରୀ ଅପେକ୍ଷା କରିଥିବା ବେଳେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ସଚିବ ଅଧ ଘଣ୍ଟା ବିଳମ୍ବରେ ବୈଠକରେ ଯୋଗ ଦେଇଥିଲେ। ଯାହାକୁ ନେଇ ତାଙ୍କୁ କାର୍ମିକ ମନ୍ତ୍ରଣାଳୟ, ଲୋକ ଅଭିଯୋଗ ଓ ପେନସନ ବିଭାଗ ପଶ୍ଚିମବଙ୍ଗ ମୁଖ୍ୟ ସଚିବଙ୍କୁ ମେ ୩୧ରେ ନୂଆଦିଲ୍ଲୀ ଅଫିସ୍‌ରେ ହାଜର ହେବାକୁ କେନ୍ଦ୍ର ନିର୍ଦ୍ଦେଶ ଦିଆଯାଇଥିଲା । କିନ୍ତୁ ସେ ଏହାକୁ ଅବମାନନା କରିଥିଲେ ।

ସୂଚନାଯୋଗ୍ୟ, ଅଲପନ ବନ୍ଦୋପାଧ୍ୟାୟଙ୍କ ମୁଖ୍ୟ ସଚିବ ଭାବେ କାର୍ଯ୍ୟକାଳ ଚଳିତ ମାସରେ ସରୁଥିଲା। ହେଲେ କିଛି ଦିନ ପୂର୍ବେ ମମତା ସରକାର ତାଙ୍କ କାର୍ଯ୍ୟକାଳକୁ ତିନି ମାସ ପାଇଁ ବୃଦ୍ଧି କରିଥିଲେ। ଅଲପନ ବନ୍ଦୋପାଧ୍ୟାୟ ମମତାଙ୍କ ନିକଟତର ଭାବେ ପରିଚିତ।

ବନ୍ଦୋପାଧ୍ୟାୟ ୧୯୮୭ ବ୍ୟାଚର ଆଇଏଏସ ଅଫିସର । ସେ ହାଓ୍ଵଡା ସମେତ ଅନେକ ଜିଲ୍ଲାରେ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିଛନ୍ତି । ତାଙ୍କୁ ଗତ ବର୍ଷ ସେପ୍ଟେମ୍ବରରେ ରାଜୀବ ସିହ୍ନାଙ୍କ ଅବସର ପରେ ମୁଖ୍ୟ ସଚିବ ପଦରେ ନିଯୁକ୍ତ ଦିଆଯାଇଥିଲା।

   Related Posts