Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ରାଜ୍ୟରେ ଲକ୍ ଡାଉନ୍ ବେଳେ କ’ଣ କ’ଣ ସବୁ ରହିବ ଖୋଲା…

21/03/2020 at 3:36 PM

ଭୁବନେଶ୍ବର ୨୧।୩: ସାରା ବିଶ୍ବରେ ଏବେ ଆତଙ୍କ ସୃଷ୍ଟି କରିଛି କରୋନା ଭାଇରସ୍ । ଏଥିରୁ ସୁରକ୍ଷିତ ରହିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ନେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୫ଟି ଜିଲ୍ଲା ସମେତ କିଛି ସହରରେ ଲକ୍ ଡାଉନ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

୫ଟି ଜିଲ୍ଲା ହେଉଛି ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡା ଓ ଅନୁଗୁଳ । ତେଣୁ ପ୍ରଥମ ପର୍ଯ୍ୟାୟରେ ଏହି ୫ଟି ଜିଲ୍ଲାର ସବୁ ସହର ଓ ସବୁ ଗାଁ ସହିତ ସମ୍ବଲପୁର, ଝାରସୁଗୁଡା, ବାଲେଶ୍ବର,  ରାଉରକେଲା,  ଭଦ୍ରକ,  ପୁରୀ,  ଯାଜପୁର ରୋଡ୍ ଏବଂ ଯାଜପୁର ଟାଉନରେ ୨୨ ମାର୍ଚ୍ଚ ସକାଳ ୭ଟାରୁ ୨୯ ମାର୍ଚ୍ଚ ରାତି ୯ଟା ପର୍ଯ୍ୟନ୍ତ ଲକ୍ ଡାଉନ୍ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।

ଏହି ଲକ୍ ଡାଉନ୍ ସମୟରେ କେବଳ ବସ୍‌, ଟ୍ରେନ୍‌ ଓ ବିମାନ ସେବା ସହିତ ସଉଦା ଦୋକାନ, ପରିବା ଦୋକାନ, ମାଛ, ମାଂସ, ଅଣ୍ଡା, ଚିକେନ୍‌, ପେଟ୍ରୋଲ ପମ୍ପ୍ ଏବଂ ମେଡିସିନ୍‌ ଦୋକାନ ଆଦି ଖୋଲା ରହିବ। ଅତ୍ୟାବଶ୍ୟକ ଦ୍ରବ୍ୟର ହୋଲସେଲ୍ ମାର୍କେଟ୍ ମଧ୍ୟ ଖୋଲା ରହିବ।

ସେହିପରି ଏହିସବୁ ଅଞ୍ଚଳରେ ଡାକ୍ତରଖାନା, ବ୍ୟାଙ୍କ, ଏଟିଏମ, ମ୍ୟୁନିସପାଲଟି ସେବା, ପୋଲିସ, ଅଗ୍ନିଶମ ସେବା, ଓଡ୍ରାଫ୍, ପାନୀୟ ଜଳ ଓ ବିଦ୍ୟୁତ୍ ସେବା ଆଦି ଜାରି ରହିବ। ପ୍ରଶାସନିକ କାର୍ଯ୍ୟାଳୟ ଗୁଡିକ ମଧ୍ୟ ଖୋଲା ରହିବ।

   Related Posts