ଆସୁଛି କାଳବୈଶାଖୀ:୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Published By : Prameya-News7 Bureau | April 11, 2021 IST

ଭୁବନେଶ୍ୱର, ୧୧/୦୪: ଆସନ୍ତା ୫ ଦିନ ଧରି ରାଜ୍ୟରେ କାଳବୈଶାଖୀ ଦେଖିବାକୁ ମିଳିବ ।  ବର୍ଷା ଓ ବଜ୍ରପାତ ନେଇ ୧୭ଟି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ, ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର୍‌ ବେଗରେ ପବନ ବୋହିବା ନେଇ ପାଣିପାଗ ବିଭାଗ ସତର୍କ କରାଇଛି । ତେବେ ଜିଲ୍ଲା ଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନୟାଗଡ଼, ମାଲକାନଗିରି , କୋରାପୁଟ, ଗଜପତି, ନୂଆପଡ଼ା, ରାୟଗଡ଼ା, ନବରଂଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଯାଜପୁର ଓ ଦେବଗଡ଼ ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ କହିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.