ଘରୁ ବାହାରିବା ପୂର୍ବରୁ ଦହି- ଚିନି କାହିଁକି ଖାଇବା ? ଜାଣନ୍ତୁ ଦହିର କେତେକ ଲାଭପ୍ରଦ ଗୁଣ

Published By : Prameya-News7 Bureau | October 08, 2018 IST

କୌଣସି ଶୁଭ କାମରେ ଯିବା ପୂର୍ବରୁ ଆମେ ମିଠା ଦହି ଖାଇଥାଉ | ବହୁ ପୁରାତନ କାଳରରୁ ଏହି ପରମ୍ପରା ଚାଲି ଆସୁଛି | ମିଠା ଦହି ଖାଇ ଘରୁ ବାହାରିଲେ ସବୁ କାମ ସଫଳ ହୁଏ ବୋଲି ବିଶ୍ୱାସ ରହିଛି | ତେବେ ଏହି ପରମ୍ପରା ପଛରେ ମଧ୍ୟ ବୈଜ୍ଞାନିକ କାରଣ ରହିଛି |  ଦହି ସ୍ୱାସ୍ଥ୍ୟ ପାଖେ ମଧ୍ୟ ହିତକାରକ |ଆୟୁର୍ବେଦ ଶାସ୍ତ୍ରରେ କୁହାଯାଇଛି ଯେ, ତକ୍ର: ସର୍ବ ବ୍ୟାଧି ନିବାରକ, କେବଳ କଫ ବର୍ଦ୍ଧକମ - ଆମେ ବାହାରକୁ ଯିବାବେଳେ ଏନର୍ଜି ବା ଶକ୍ତିର ଆବଶ୍ୟକତା ହୋଇଥାଏ । ଦହି ଖାଇବା ଦ୍ୱାରା ଆମ ଶରୀରକୁ ତ୍ବରିତ ଶକ୍ତି ବା ଷ୍ଟାମିନା ମିଳିଥାଏ | - ଦହିରେ ପ୍ରଚୁର ପରିମାଣର ପ୍ରୋଟିନ ରହିଛି ଯାହାକି ସ୍ୱାସ୍ଥ୍ୟ ପକ୍ଷେ ଅତ୍ୟନ୍ତ ଲାଭଦାୟକ | ଏହା ଛଡା ଦହିରେ କ୍ୟାଲସିୟମ, ପୋଟାସିୟମ, ଭିଟାମିନ ବି-୬ ଏବଂ ବି-୧୨ ଭଳି ପୋଷଣ ତତ୍ୱ ରହିଛି | - ଚିନିରେ ସର୍କରା ରହିଛି ଯାହାକି ଶରୀରକୁ ଶକ୍ତି ଯୋଗାଇଥାଏ | ଖରାରେ ଘରୁ ବାହାରିବା ପୂର୍ବରୁ କିଛି ମାତ୍ରାରେ ଚିନି ଖାଇ ବାହାରିଲେ ଡିହାଇଡ୍ରେସନ ସମସ୍ୟା ଦେଖାଦେଇନଥାଏ | - ଦହି ଖାଇବା ଦ୍ୱାରା ଆମର ହାଡ ମଜବୁତ ହୋଇଥାଏ | ଦହିରେ ପାଚନ ଶକ୍ତି ରହିଥିବାରୁ ଦହି ଖାଇବା ଦ୍ୱାରା ପେଟ ସମସ୍ୟା ମଧ୍ୟ ଦୂର ହୋଇଥାଏ | - ବୈଜ୍ଞାନିକଙ୍କ କହିବା ଅନୁଯାୟୀ ଦିନକୁ ୨୦୦ ଗ୍ରାମ ଦହି ଖାଇଲେ ଶରୀରରେ ରୋଗ ପ୍ରତିଶୋଧକ କ୍ଷମତା ମଧ୍ୟ ବଢିଥାଏ | [gallery ids="48157"] ତେବେ ଦହି ଚିନି ଯେ କେବଳ ଶୁଭ କାମରେ ବାହାରିଲା ବେଳେ ଖାଇବା କଥା ତାନୁହେଁ | ଦହିର ଅନ୍ୟାନ୍ୟ ବହୁ ଗୁଣ ମଧ୍ୟ ରହିଛି | ଆସନ୍ତୁ ଜାଣିବା ସେସବୁ କଣ ...... - ଦହିର ମଇଶ୍ଚରାଇଜର ଗୁଣ ରହିଛି ଯାହାକି ରୂଖା ଚର୍ମକୁ ସୁନ୍ଦର ଏବଂ ମୁଲାୟମ ରଖିଥାଏ | ଦହି ପାଚନ ଶକ୍ତି ବଢ଼ିଥାଏ ଯାହା ଫଳରେ ମୁହଁରେ ବ୍ରଣ ସମସ୍ୟା ଦୂର ହୋଇଥାଏ | ଦହି ଏକ ଭଲ ଫେସ ପ୍ୟାକର କାମ ମଧ୍ୟ କରିଥାଏ | ଏଥିରେ ଲାକଟିକ ଏସିଡ ଥିବାରୁ ଏହା ମୃତ କୋଷିକା ଗୁଡିକୁ ସଫା କରିଥାଏ | [gallery ids="48159"] - ଦହିରେ କିଛି ମାତ୍ରାରେ ବେସନ ଏବଂ ଲେମ୍ବୁ ରସ ମିଶାଇ ମୁହଁରେ ଲଗାଇଲେ ତ୍ୱଚା ମଧ୍ୟ ଉଜ୍ଜ୍ୱଳ ଦେଖାଯାଏ | - ଦହି ମୁଣ୍ଡରୁ ରୁପି ଦୂର କରିବାରେ ସାହାଯ୍ୟ କରିଥାଏ | ଏହା ଦ୍ୱାରା ଚୁଟି ସଫା ହେବା ସହିତ ଚକ ଚକ ମଧ୍ୟ କରିଥାଏ | - ଆମେରିକାନ ହାର୍ଟ ଆସୋସିଏସନର ସୂଚନା ଅନୁଯାୟୀ, ପ୍ରତିଦିନ ଦହି ଖାଇବା ଦ୍ୱାରା ଉଚ୍ଚ ରକ୍ତ ଚାପ ଆଶଙ୍କା ୩୧ ପ୍ରତିଶତ କମିଯାଇଥାଏ | ଏଥିରେ ଥିବା ପୋଟାସିୟମ ଏବଂ ମ୍ୟାଗନେସିୟମ ଯୋଗୁଁ ଏହା ହାର୍ଟକୁ ସୁସ୍ଥ ରଖିଥାଏ | [gallery ids="48158"] -ତେବେ ଦହି କଫ ସୃଷ୍ଟିକାରୀ ହୋଇଥିଆ । କିନ୍ତୁ ସର୍କରାଯୁକ୍ତ ଦହି କଫ କରିନଥାଏ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.