Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ବାପଘରକୁ ଯିବାକୁ ଜିଦ୍ ଧରିଥିଲେ, ସ୍ବାମୀ ରାଜି ନହେବାରୁ କୂଅକୁ ଡେଇଁ କଲେ ଆତ୍ମହତ୍ୟା

22/07/2021 at 3:43 PM

ରାଇକିଆ ୨୨।୭: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ପେଟାପାଙ୍ଗା ପଞ୍ଚାୟତ ବେଲାପାଙ୍ଗା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ଜଣେ ବିବାହିତା ମହିଳା କୂଅକୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ଘଟଣା ପଛରେ ପାରିବାରିକ ଅଶାନ୍ତି ରହିଥିବା କୁହାଯାଉଛି ।

ସୂଚନାଯୋଗ୍ୟ ଯେ, ବେଲାପାଙ୍ଗାର ଜଉରା ପ୍ରଧାନଙ୍କ ପତ୍ନୀ ସ୍ନେହଲତା  ପ୍ରଧାନ ନିଜ ବାପ ଘରକୁ ଯିବା ପାଇଁ ସକାଳୁ ସକାଳୁ ଜିଦ୍ ଧରି ବସିଥିଲେ । କିନ୍ତୁ ବର୍ତ୍ତମାନ ଚାଷ ବାସ କାମ ଚାଲିଥିବା ଯୋଗୁଁ ସ୍ବାମୀ ଏଥିରେ ରାଜି ହୋଇନଥିଲେ । ତଳି ଲଗା କାମ ସରିବା ପରେ ବୁଲାବୁଲି କରି ଆସିବା କହିଥିଲେ। ଏହି କଥାରେ ସ୍ତ୍ରୀ ସ୍ନେହଲତା ରାଗିଯାଇ ସ୍ବାମୀ ବିଲ କାମକୁ ବାହାରି ଯିବା ପରେ ଗ୍ରାମରେ ଥିବା ଏକ କୂଅକୁ ଡେଇଁ ପଡିଥିଲେ । ଗ୍ରାମବାସୀ ସ୍ନେହଲତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇ ନଥିଲେ । ପରେ ରାଇକିଆ ଅଗ୍ନିଶମ ବାହିନୀକୁ ଖବର ଦେବାପରେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସ୍ନେହଲତାଙ୍କୁ କୂଅରୁ ଉଦ୍ଧାର କରି ରାଇକିଆ ଡାକ୍ତରଖାନାକୁ ଆଣିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

   Related Posts