Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ପାରିବାରିକ କଳହର କରୁଣ ପରିଣତି : ସ୍ବାମୀ ସହ ଝଗଡା ପରେ ଦେହରେ କିରୋସିନି ଢାଳି ନିଆଁ ଲଗାଇଦେଲେ ସ୍ତ୍ରୀ

19/11/2020 at 8:33 AM

ପାଟଣା ୧୯।୧୧: ପାରିବାରିକ କଳହର କରୁଣ ପରିଣତି । ସ୍ବାମୀ ସହିତ ଝଗଡା ପରେ ଦେହରେ କିରୋସିନି ଢାଳି ନିଆଁ ଲଗାଇଦେଲେ ସ୍ତ୍ରୀ । ଗୁରୁତର ଅବସ୍ଥାରେ ପ୍ରଥମେ ପାଟଣା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ପାଟଣା ଥାନା ଏରେଣ୍ଡେଇ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ଗାଁର ଇନ୍ଦୁମତୀ ପାତ୍ରଙ୍କର ତାଙ୍କ ସ୍ବାମୀଙ୍କ ସହ ଝଗଡା ହୋଇଥିଲା । ଏହାପରେ ଇନ୍ଦୁମତୀ ଦେହରେ କିରୋସିନି ଢାଳି ନିଆଁ ଲଗାଇଦେଇଥିଲେ । ଫଳରେ ସେ ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ପାଟଣା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

   Related Posts