ବାଇକ୍କୁ ଧକ୍କା ଦେଲା ଟ୍ରକ୍ : ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

Published By : Prameya-News7 Bureau | March 04, 2021 IST

ବାଲେଶ୍ବର ୪।୩: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର । ଘଟଣାସ୍ଥଳରେ ଉତ୍ତ୍ୟକ୍ତ ଲୋକ ରାସ୍ତା ଅବରୋଧ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ୧୬ନଂ ଜାତୀୟ ରାଜପଥ କୁରୁଡା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦମ୍ପତ୍ତି ବାଇକ୍‌ରେ ଯାଉଥିବା ବେଳେ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ସ୍ବାମୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଘଟଣାସ୍ଥଳରେ ଉତ୍ତ୍ୟକ୍ତ ଲୋକ ପ୍ରତିବାଦ କରି ରାସ୍ତା ଅବରୋଧ କରିଛନ୍ତି । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଗାଡିମଟର ଅଟକି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.