Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ମାଲକାନଗିରି ଜିଲ୍ଲାପାଳଙ୍କ ପୂର୍ବତନ ପିଏଙ୍କ ମୃତ୍ୟୁ ଘଟଣା : ଜିଲ୍ଲାପାଳଙ୍କ ସମେତ ୪ ଜଣଙ୍କ ନାଁରେ ଅଭିଯୋଗ କଲେ ମୃତକଙ୍କ ପତ୍ନୀ

3/11/2020 at 5:05 PM

ମାଲକାନଗିରି ୩।୧୧: ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲ ଓ ତାଙ୍କ କାର୍ଯ୍ୟାଳୟର ଅନ୍ୟ ତିନି ଜଣ କର୍ମଚାରୀ ଭି. ବେଣୁ ରାଓ, ପ୍ରକାଶ ଚନ୍ଦ୍ର ସ୍ବାଇଁ, ଭବବାନ ପାଣିଗ୍ରାହୀଙ୍କ ନାମରେ ଏସଡିଜେଏମ କୋର୍ଟରେ ଏତଲା ଦେଲେ ଜିଲ୍ଲାପାଳଙ୍କ ପୂର୍ବତନ ପିଏ ଦେବ ନାରାୟଣ ପଣ୍ଡାଙ୍କ ସ୍ତ୍ରୀ ବନଜା ପଣ୍ଡା । ପିଏ ପଣ୍ଡାଙ୍କ ମୃତ୍ୟୁ ଘଟଣାକୁ ୮ ମାସ ବିତି ଯାଇଥିଲେ ହେଁ ଏହି ଘଟଣାର ସବିଶେଷ ତଥ୍ୟ ପଦାକୁ ନଆସିବା ନେଇ କ୍ଷୋଭ ପ୍ରକାଶ କରିଛନ୍ତି ତାଙ୍କ ପରିବାର ଲୋକେ ।

ମୃତ ଦେବ ନାରାୟଣ ପଣ୍ଡାଙ୍କ ସ୍ତ୍ରୀ ଏହି ଘଟଣାକୁ ନେଇ ପୂର୍ବରୁ ମାଲକାନଗିରି ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଥିଲେ ହେଲେ ପୋଲିସ ଏତଲା ରୁଜୁ କରିନଥିବାରୁ ଶେଷରେ କୋର୍ଟର ଦ୍ବାରସ୍ଥ ହୋଇଛନ୍ତି ବନଜା । ତାଙ୍କ ସ୍ବାମୀଙ୍କ ମୃତ୍ୟୁ ପାଇଁ ଜିଲ୍ଲାପାଳ ମନୀଷ ଅଗ୍ରୱାଲ ଦାୟୀ ବୋଲି କହିଛନ୍ତି ବନଜା ପଣ୍ଡା । ଘଟଣାର ତଦନ୍ତ ଠିକ୍ ଭାବେ ହେଉ ନଥିବାରୁ କୌଣସି ନିଷ୍କର୍ଷ ବାହାରୁ ନାହିଁ । ଜିଲ୍ଲା ଏସପିଙ୍କଠାରୁ ଆରମ୍ଭ କରି ଡିଜିପି ପର୍ଯ୍ୟନ୍ତ ସମସ୍ତଙ୍କ ନିକଟରେ ଫେରାଦ ହେବା ପରେ ମଧ୍ୟ କୌଣସି ସୁଫଳ ମିଳିନଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

   Related Posts