Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଖସିଲା ପାରଦ, ବଢିବ ଶୀତ, ଆହୁରି ୫ ଦିନ ଥରାଇବ

19/12/2020 at 7:52 AM

ଭୁବନେଶ୍ୱର,୧୯/୧୨:  ରାଜ୍ୟରେ ବଢିଛି ଶୀତ । ଉତ୍ତର ଦିଗରୁ କାଲୁଆ ପବନ ବହିବା ଆରମ୍ଭ ହେଲାଣି। ଆଗାମୀ ୪୮ ଘଣ୍ଟା ଭିତରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ଅସ୍ୱାଭାବିକ ଭାବେ ହ୍ରାସ ପାଇବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ଦ୍ୱାରା ଭୀଷଣ ଥଣ୍ଡା ଅନୁଭୂତ ହେବ। ରାତି ତାପମାତ୍ରା ୪-୫ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇପାରେ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି ।

ଚଳିତବର୍ଷ ରାଜ୍ୟରେ ଶୀତ ପ୍ରକୋପ କମ୍‌ ଅଛି । ଏକରକମ ହଜିଯାଇଥିଲା ଥଣ୍ଡା । ଏବେ କିନ୍ତୁ ରାଜ୍ୟ ଉପରୁ ଗୁରୁଚାପ ବଳୟ ହଟିବା ସହ ଉତ୍ତର ଦିଗରୁ ଥଣ୍ଡା ପବନ ବହିବା ଆରମ୍ଭ ହୋଇଛି ।

ଏହା ପ୍ରଭାବରେ ଶୁକ୍ରବାର ରାତିରୁ ଶୀତ ବୃଦ୍ଧି ପାଇଛି । ଆସନ୍ତା ଦୁଇଦିନ ଭିତରେ ତାପମାତ୍ରା ଆହୁରି ଖସିବ । ତେବେ ଆଭ୍ୟନ୍ତରୀଣ ଓ ଉତ୍ତର-ପଶ୍ଚିମ ଓଡ଼ିଶାରେ ଶୀତ ପ୍ରକୋପ ଅଧିକ ରହିବ । ଉପକୂଳରେ ମଧ୍ୟ ବଢିବ ଶୀତ । ପରବର୍ତ୍ତୀ ୩ ଦିନ ପର୍ଯ୍ୟନ୍ତ ଶୀତ ପ୍ରକୋପ ଅପରିବର୍ତ୍ତିତ ରହିବ । ଅର୍ଥାତ୍‌ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ଶୀତକ ଲହରୀ ଜାରି ରହିବ ।

   Related Posts