Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||

ଆଜିଠୁ ଶୀତ କମିବ, ୧୦ ଜିଲ୍ଲାରେ ଘନ କୁହୁଡି ଆଶଙ୍କା, ୩୦ରୁ ବଢିବ ତାପମାତ୍ରା

27/12/2020 at 8:00 AM

ଭୁବନେଶ୍ୱର,୨୭/୧୨: ରାଜ୍ୟରେ କମିବ ଥଣ୍ଡା । ଆଜିଠୁ ସାମାନ୍ୟ ହ୍ରାସ ପାଇବ ଶୀତର ପ୍ରକୋପ ।  ଆଭ୍ୟନ୍ତରୀଣ ଓଡ଼ିଶାରେ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ହ୍ରାସ ପାଇବ । କିନ୍ତୁ ଥଣ୍ଡା ଜାରି ରହିବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଅନୁମାନ ଅନୁସାରେ, ରବିବାର ସୋନପୁର, ବୌଦ୍ଧ, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର, କଟକ, କେନ୍ଦୁଝର, ନୟାଗଡ଼, ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବ ।  ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ରବିବାର ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହିବ । କାଁ ଭାଁ କିଛି ସ୍ଥାନରେ କୁହୁଡ଼ି ରହିବ। ଏବେ ରାଜ୍ୟରେ ଶୀତ ଅନୁଭୁତ ହେବ । ୩୦ ତାରିଖରୁ ତାପମାତ୍ରା ବଢ଼ିବା ସହିତ ଶୀତ କମିବ ବୋଲି ସେ କହିଛନ୍ତି ।

ଶନିବାର ରାଜ୍ୟର ୭ଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ୍‌ ତଳେ ରହିଥିଲା। ଶୁକ୍ରବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୬ଡିଗ୍ରୀ ସେଲସିୟସ୍‌ ଥିବା ବେଳେ ଶନିବାର ପୁଣି ସାମାନ୍ୟ କମି ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରୀ ସେଲସିୟସ୍‌ ରହିଛି। ସେହିପରି ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ସେଲସିୟସ୍‌ ରହିଥିବା ଜଣାପଡିଛି ।

   Related Posts