Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଗୋଶାଳା କଲପଡାରେ ଖାଲରେ ଖସିପଡି ୨ ଶିଶୁ ମୃତ
  • ||
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

କୁହୁଡିର ଚାଦରରେ ରାଜ୍ୟର ଅନେକ ଜିଲ୍ଲା, ୨ ଦିନ ପାଇଁ ସତର୍କ ରହିବାକୁ ପରାମର୍ଶ

25/01/2021 at 8:02 AM

ଭୁବନେଶ୍ୱର,୨୫/୦୧: ସୋମବାର ରାଜ୍ୟର ୯ଟି ଜିଲ୍ଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ବିଶେଷକରି ଉତ୍ତର ଉପକୂଳ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ସୁନ୍ଦରଗଡ଼ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ଦେଖାଦେଇଛି ।  ସେହିପରି ସୁନ୍ଦରଗଡ଼, ସୋନପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ଅଛି ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।

ମଙ୍ଗଳବାର ଅର୍ଥାତ ୨୬ ତାରିଖରେ ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ଯାହାକୁ ଲକ୍ଷ୍ୟ କରି ଆସନ୍ତା ଦୁଇ ଦିନ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପରାମର୍ଶ ଦେଇଛନ୍ତି । ଯେଉଁ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି, ସେଠାକାର ଜିଲ୍ଲାପାଳ ଓ ଏସ୍‌ପିମାନେ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷକରି ଦୁର୍ଘଟଣା ଏଡାଇବା ପାଇଁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଏସ୍‌ଆର୍‌ସି କହିଛନ୍ତି ।

ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରାରେ ବୃଦ୍ଧି ପରିଲକ୍ଷିତ ହୋଇଥିଲା। ୩୩ ଡିଗ୍ରୀ ସେଲସିୟସ୍‌ ଉପରେ ୬ଟି ସହରର ସର୍ବୋଚ୍ଚ ତାପମାତ୍ରା ରହିଥିଲା। ଏପରିକି ବୌଦ୍ଧ ଓ ଭବାନୀପାଟଣାରେ ୩୩.୫ ଡିଗ୍ରୀ ସେଲସିୟସ୍‌ ଥିବା ବେଳେ ବଲାଙ୍ଗୀରରେ ୩୩.୪ ଡିଗ୍ରୀ ସେଲସିୟସ୍‌, ଭୁବନେଶ୍ୱରରେ ୩୩.୨ ଡିଗ୍ରୀ ସେଲସିୟସ୍‌, ମାଲକାନଗିରି ଓ ସୋନପୁରରେ ୩୩ ଡିଗ୍ରୀ ସେଲସିୟସ୍‌ ସର୍ବୋଚ୍ଚ ତାପମାତ୍ରା ରହିଥିଲା।

ଏତତ୍ ବ୍ୟତୀତ ରାଜ୍ୟର କେବଳ ଗୋଟିଏ ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ୍‌ ତଳେ ରହିଥିଲା। ଫୁଲବାଣୀରେ ୮ ଡିଗ୍ରୀ ସେଲସିୟସ୍‌ ରହିଥିଲା ।

   Related Posts