Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ,ଅପରାହ୍ନ ୩ଟା ଯାଏଁ ଗୃହ ମୁଲତବୀ

23/11/2020 at 11:02 AM

ଭୁବନେଶ୍ୱର ୨୩।୧୧: ବିଧାନସଭାର ଶୀତ ଅଧିବେଶନର ଆଜି ୪ର୍ଥ ଦିନ । ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ପ୍ରସ୍ତାବକୁ ସମର୍ଥନ କରିଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ବିଧାନସଭାରେ ବରିଷ୍ଠ ସଦସ୍ୟଙ୍କ ଶୋକ ପରେ ସୁଶୀଳା ଦେବୀଙ୍କ ସମ୍ମାନରେ ଗୃହକୁ ୩ଟା ଯାଏ ମୁଲତବୀ ରଖିଲେ ବାଚସ୍ପତି ।

ସୂଚନାଯୋଗ୍ୟ ଯେ, ଆଜି ଓଡିଶା ରାଜ୍ୟପାଳ ଶ୍ରୀ ଗଣେଶୀ ଲାଲଙ୍କ ପତ୍ନୀଙ୍କ ପରଲୋକ ହୋଇଛି । ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସୁଶୀଳା ଦେବୀ ଗତ ନଭେମ୍ବର ୧ ତାରିଖରେ କରୋନା ସଂକ୍ରମିତ ହୋଇଥିଲେ । କରୋନାରୁ ସୁସ୍ଥ ହେବାପରେ ଅନ୍ୟାନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଥିବାରୁ ତାଙ୍କର ଚିକିତ୍ସା ଜାରି ରହିଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ରବିବାର ବିଳମ୍ବିତ ରାତ୍ରରେ ପରଲୋକ ଘଟିଛି। ସୁଶିଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବରିଷ୍ଠ ରାଜନେତା ଶୋକବ୍ୟକ୍ତ କରିଛନ୍ତି ।

   Related Posts