Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ସେପ୍ଟେମ୍ବର ୪ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ

8/08/2018 at 6:33 AM

ଭୁବନେଶ୍ବର ୮/୮: ସେପ୍ଟେମ୍ବର ୪ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ। ଅଦିବେଶନ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।ଅଧିବେଶନରେ ମୋଟ ୧୧ଟି କାର୍ଯ୍ୟ ଦିବସ ରହିଛି।୧୭ ତାରିଖରେ ଆସିବ ଅତିରିକ୍ତ ବ୍ୟୟ ମଞ୍ଜୁରି ବିଲ୍।ବିଧାନସଭା ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି।
ତେବେ ସ୍ବଳ୍ପକାଳୀନ ଏହି ଅଧିବେଶନ ରାଜନୈତିକ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ହେବ ବୋଲି ଆଲୋଚନା ହେଉଛି। ଇତିମଧ୍ୟରେ ଘଟିଯାଇଥିବା ବିଭିନ୍ନ ଘଟଣା ଅଧିବେଶନକୁ ସରଗରମ କରିବ। ଶ୍ରୀମନ୍ଦିର ଚାବି ହଜିବା ପ୍ରସଙ୍ଗରୁ ଆରମ୍ଭ କରି ଗୁରୁପ୍ରିୟା ସେତୁ ଦୁର୍ନୀତି ଅଧିବେଶନକୁ କବଳିତ କରିପାରେ। ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ଏହା ଦ୍ବିତୀୟ ଶେଷ ଅଧିବେଶନ ବୋଲି କୁହାଯାଇପାରେ । କାରଣ ଏହା ପରେ ହୁଏତ ଶୀତ ଅଧିବେଶନ ଶେଷ ଅଧିବେଶନ ହେବ।

   Related Posts