Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଉପଯୁକ୍ତ ଚିକିତ୍ସା ଓ ସଚେତନତା ଦ୍ୱାରା ଶିଶୁମାନେ କର୍କଟ ରୋଗରୁ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରି ପାରିବେ : ବିଶେଷଜ୍ଞ

19/09/2021 at 7:55 PM

ଭୁବନେଶ୍ୱର, ୧୯/୯ : ଶିଶୁ ମାନଙ୍କ କ୍ଷେତ୍ରରେ କର୍କଟ ରୋଗର ଚିକିତ୍ସା କଷ୍ଟକର ହୋଇପାରେ କିନ୍ତୁ ନିରାଶାଜନକ ନୁହେଁ | ସଠିକ ସମୟରେ ଲକ୍ଷଣ ଚି଼ହ୍ନଟ, ଉପଯୁକ୍ତ ଚିକିତ୍ସା ଓ ପିତାମାତାଙ୍କ ଧର୍ଯ୍ୟ ରହିଲେ ଶିଶୁକୁ କର୍କଟ ରୋଗରୁ ଆରୋଗ୍ୟ ମିଳିପାରିବ ବୋଲି କହିଛନ୍ତି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ଡ଼ଃ ବିଜୟ କୁମାର ପାଣିଗ୍ରାହୀ | ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ପରିଚାଳିତ ଆଇଏମଏସ ଓ ସମ ହସ୍ପିଟାଲ ଏବଂ ଇଣ୍ଡିଆନ ଆସୋସିଏସନ ଅଫ ପେଡ଼ିଆଟ୍ରିକ୍ସ (ଓଡିଶା ଶାଖା)ର ମିଳିତ ସହଯୋଗରେ ଆୟୋଜିତ ପେଡିଆଟ୍ରିକ ହେମାଟୋଲୋଜି ଆଣ୍ଡ ଅଙ୍କୋଲୋଜି ମିଟ- ୨୦୨୧ ରେ ଅତିଥି ଭାବେ ଯୋଗ ଦେଇ ଏହା କହିଛନ୍ତି ଡ଼ଃ ପାଣିଗ୍ରାହୀ |

ଆଏପି ଓଡିଶା ଶାଖାର ସଭାପତି ଡ଼ଃ ପାଣିଗ୍ରାହୀ ଏହି ଅବସରରେ କହିଥିଲେ ଯେ, ଶିଶୁ ମାନଙ୍କ କ୍ଷେତ୍ରରେ ମୁଖ୍ୟତଃ ରକ୍ତ କର୍କଟ, ମସ୍ତିଷ୍କ କର୍କଟ ଓ ଚକ୍ଷୁ କର୍କଟ ଭଳି ସମସ୍ୟା ଦେଖା ଦେଉଛି। ମାତ୍ର ରୋଗ ଯେତେ ଶୀଘ୍ର ଚି଼ହ୍ନଟ ହେବ ସେତେ ଶୀଘ୍ର ଚିକିତ୍ସା ଆରମ୍ଭ ହେବା ସହ ଶିଶୁଟି ଆରୋଗ୍ୟ ଲାଭ କରିପାରିବ | ବିଶେଷ କରି ରକ୍ତ କର୍କଟ ରୋଗରେ ଠିକ ସମୟରେ ଚିକିତ୍ସା ଆରମ୍ଭ କରାଗଲେ ଶିଶୁମାନେ ସୁସ୍ଥ ହେଉଛନ୍ତି ବୋଲି ଡ଼ଃ ପାଣିଗ୍ରାହୀ କହିଛନ୍ତି |

କୋଭିଡ ମହାମାରୀ ସମୟରେ ପରୀକ୍ଷା ନିରୀକ୍ଷା ନିମନ୍ତେ ଡାକ୍ତରଙ୍କ ପରାମର୍ଶ ଟେଲି କନସଲଟେସନ ମାଧ୍ୟମରେ ନେବାକୁ ଡକ୍ଟର ପାଣିଗ୍ରାହୀ କହିଥିଲେ।କାର୍ଯ୍ୟକ୍ରମକୁ ପରିଚାଳନା କରୁଥିବା ତଥା ସମ ହସ୍ପିଟାଲର ପେଡ଼ିଆଟ୍ରିକ ଅଙ୍କୋଲୋଜି ଆଣ୍ଡ ହେମାଟୋଲୋଜି ବିଭାଗର ପ୍ରଫେସର ଡ଼ଃ ସରୋଜ ପଣ୍ଡା କହିଥିଲେ ଯେ, କର୍କଟ ରୋଗର ଆଗୁଆ ଚି଼ହ୍ନଟ, ସଠିକ ଓ ଉପଯୁକ୍ତ ଚିକିତ୍ସା ଦ୍ୱାରା ୮୦ ପ୍ରତିଶତ ଶିଶୁ ସମ୍ପୂର୍ଣ୍ଣ ରୋଗମୁକ୍ତ ହୋଇ ପାରିବେ | ତେବେ ଏଥି ନିମନ୍ତେ ସଚେତନତା ଜରୁରୀ ବୋଲି ସେ କହିଥିଲେ |

ଅନ୍ୟ ମାନଙ୍କ ମଧ୍ୟରେ ଆଇଏମଏସ ଆଣ୍ଡ ସମ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଅଡିସନାଲ ଡିନ ପ୍ରଫେସର ଅଜୟ ଜେନା, ଶିଶୁରୋଗ ବିଭାଗର ମୁଖ୍ୟ ଡ଼ଃ ମମତା ଦେବୀ ମହାନ୍ତି ଏବଂ କେନ୍ଦ୍ର ଆଇଏପିର ଏକଜିକ୍ୟୁଟିଭ ବୋର୍ଡର ସଦସ୍ୟ ଡ଼ଃ ବିଶ୍ୱଜିତ ମିଶ୍ର ପ୍ରମୁଖ ଉପସ୍ଥିତି ରହି ବକ୍ତବ୍ୟ ରଖିଥିଲେ | ଶିଶୁ କର୍କଟ ରୋଗ ସମ୍ବନ୍ଧୀୟ ୩ଟି ପ୍ରସଂଗକୁ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୧୫ ଜଣ ବିଶିଷ୍ଟ ଡାକ୍ତରଙ୍କ ସହ ପ୍ରାୟ ୧୦୦ ଜଣ ଯୋଗ ଦେଇଥିଲେ |

   Related Posts