Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ବ୍ରାହ୍ମଣୀ ବ୍ରିଜ୍‌ରୁ ନଦୀକୁ ଡେଇଁଲେ ମହିଳା, ଗୁରୁତର ଅବସ୍ଥାରେ ଉଦ୍ଧାର

22/04/2021 at 3:10 PM

ରାଉରକେଲା ୨୨।୪: ବ୍ରାହ୍ମଣୀ ବ୍ରିଜରୁ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ମହିଳା । ନଦୀରେ ପଡି ବୁଡି ଯାଉଥିବା ବେଳେ ଗୁରୁତର ଅବସ୍ଥାରେ ଉଦ୍ଧାର । ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ବ୍ରାହ୍ମଣୀ ବ୍ରିଜରୁ ନଦୀକୁ ଡେଇଁ ପଡିଲେ ମହିଳା । ସ୍ଥାନୀୟ ଲୋକେ ରଘୁନାଥପାଲୀ ଥାନା ପୋଲିସ, ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ଖବର ଦେଇଥିଲେ । ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଆତ୍ମହତ୍ୟାର କାରଣ ଘରୋଇ କଳହ ବୋଲି କୁହାଯାଉଛି । ମହିଳା ଜଣଙ୍କ ହେଉଛନ୍ତି ସୁଧା ଲୋହାର । ସେ ତାଙ୍କ ସ୍ବାମୀ ମନୋଜ ଲୋହାରଙ୍କ ସହ ବ୍ରହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ସିଂଟୋଲାରେ ରୁହନ୍ତି ।

   Related Posts