Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିୟୁସନ୍‌ ସାରି ଫେରୁଥିବା ବେଳେ ଡ୍ରେନ୍‌ ପାଣିରେ ଭାସିଗଲେ ନାବାଳକ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଛିଡୁନି ଅଡୁଆ, ହଟୁନି ସସପେନ୍ସ : ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବାକୁ ମନା କଲେ କଂଗ୍ରେସ ନେତ୍ରୀ ଅମ୍ବିକା ସୋନୀ
  • ||
  • ବର୍ଷାରେ ଭାସିଗଲା କାଠପୋଲ, ୪୨ ପରିବାର ବାହ୍ୟ ଜଗତରୁ ବିଛିନ୍ନ
  • ||
  • ଟଳିଲା ବନ୍ୟା ଆଶଙ୍କା, ମହାନଦୀ ସମେତ ଶାଖାନଦୀରେ କମୁଛି ପାଣି
  • ||
  • ତିର୍ତ୍ତୋଲ ଓ କୁଜଙ୍ଗରେ ବଢୁଛି ଦୁର୍ଦ୍ଦଶା, ୧୦ ଗାଁରେ ପଶିଲା ବନ୍ୟାଜଳ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୩୦୯ ମୃତ
  • ||
  • ସଫଳ ହେଲା SPACE-X INSPIRATION ମିଶନ, ଅନ୍ତରୀକ୍ଷରୁ ଫେରିଲେ ୪ ପର୍ଯ୍ୟଟକ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୩ କୋଭିଡ୍ ପଜିଟିଭ୍
  • ||

ପାରିବାରିକ କଳହର କରୁଣ ପରିଣତି : ଦୁଇ ପୁଅଙ୍କ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କଲେ ମହିଳା

16/05/2020 at 9:02 AM

ରାଜନଗର ୧୬।୫: ପାରିବାରିକ କଳହର କରୁଣ ପରିଣତି । ଦୁଇ ପୁଅଙ୍କ ଦେହରେ କିରୋସିନି ଢାଳି ଜାଳିବା ପରେ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ମା’ । କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ଭୋପାଳ ଗାଁରେ ଅଭାବନୀୟ ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ଭୋପାଳ ଗାଁରେ ଜଣେ ମହିଳା ଦୁଇ ପୁଅଙ୍କ ଦେହରେ କିରୋସିନି ଢାଳି ଜାଳିବା ପରେ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ମହିଳା ଜଣଙ୍କ ଘର ଭିତରେ କବାଟ ବନ୍ଦ କରି ନିଆଁ ଲଗାଇ ଦେଇଥିଲେ । ବଡ ପୁଅଙ୍କର ଚିତ୍କାର ଶୁଣି ଘରର ଅନ୍ୟ ସଦସ୍ୟ ଏବଂ ପଡୋଶୀମାନେ ସେମାନଙ୍କୁ ଉଦ୍ଧାର କରିଥିଲେ ।

ତେବେ ପାରିବାରିକ କଳହରୁ ମହିଳା ଜଣଙ୍କ ଏଭଳି ଅମାନବୀୟ କାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ଦୁଇ ପୁଅ ଓ ମା’ଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ସେଠାରେ ସମସ୍ତଙ୍କର ଚିକିତ୍ସା ଜାରି ରହିଛି ।

   Related Posts