Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||

ପାଣି ପାଇଁ ରାସ୍ତାରେ ବସିଲେ ମହିଳା, ଅଟକିଲା ଶହ ଶହ ଗାଡି

25/02/2021 at 9:52 AM

କାମାକ୍ଷାନଗର ୨୫।୨: ପାଣି ପାଇଁ ରାସ୍ତାରେ ବସିଲେ ମହିଳା । ପଥରଖମ୍ବ ଛକଠାରେ ଗରା, ବାଲ୍ଟି ଧରି ଧାରଣା ଦେଲେ ମହିଳା । ଯାହା ଫଳରେ ଯାତାୟାତ ବାଧାପ୍ରାପ୍ତ ହେବା ସହ ଜାତୀୟ ରାଜପଥ ୫୩ର ଉଭୟ ପାର୍ଶ୍ବରେ ଶହ ଶହ ଗାଡି ଅଟକି ରହିଛି ।

ସୂଚନାଯୋଗ୍ୟ ଯେ, ଦୀର୍ଘ ବର୍ଷ ଧରି ଖରାଦିନ ଆରମ୍ଭରୁ ପଥରଖମ୍ବ ହରିଜନ ସାହିରେ ଜଳକଷ୍ଟ ଦେଖାଦେଇଥାଏ । ଏ ସମ୍ପର୍କରେ  ଗ୍ରାମବାସୀ ସରପଞ୍ଚ, ବିଡିଓ ଓ ଜିଲ୍ଲାପାଳଙ୍କୁ ଜଣାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ପିଇବା ପାଣି ଟୋପାଏରୁ ବଞ୍ଚିତ ହୋଇଛନ୍ତି ।

ଫଳରେ ଗୁରୁବାର ସକାଳୁ ଗ୍ରାମର ଶତାଧିକ ମହିଳା ରାଜପଥ ଅବରୋଧ କରିଛନ୍ତି । ସ୍ଥାୟୀ ଭାବେ ପାଣିର ବ୍ୟବସ୍ଥା କରାନଗଲେ ଅବରୋଧ ଜାରି ରହିବ ବୋଲି କହିଛନ୍ତି ସ୍ଥାନୀୟ ମହିଳା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ବୁଝାସୁଝା ଚଳାଇଛି ।

   Related Posts