ନଦୀରୁ ଅଜଣା ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
17/08/2019 at 11:23 AM

ବାରିପଦା ୧୭|୮: ନଦୀ ଭିତରୁ ଅଜଣା ମହିଳାଙ୍କ ଗଳିତ ମୃତଦେହ ହୋଇଛି । ମୟୁରଭଞ୍ଜ ଜିଲ୍ଲା ବାରିପଦା ଟାଉନ ଥାନା ଅନ୍ତର୍ଗତ ରଘୁନାଥପୁର ନିକଟସ୍ଥ ଜରାଳୀ ନଦୀରୁ ଏହି ଅଜଣା ମୃତଦେହକୁ ଉଦ୍ଧାର କରାଯାଇଛି।
ସୂଚନାଯୋଗ୍ୟ ଯେ, ଆଜି ସକାଳୁ ସ୍ଥାନୀୟ ବାସିନ୍ଦା ଶୌଚ ହେବାକୁ ଯାଇଥିବା ସମୟରେ ନଦୀରେ ତଳକୁ ମୁହଁ କରି ଏକ ଶବ ଭାସୁଥିବାର ଦେଖିଥିଲେ । ଏହାପରେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ଶବ ବ୍ୟବଚ୍ଛେଦ ପାଇଁ ପିଆରଏମ୍ ମେଡିକାଲକୁ ପଠାଇଦେଇଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରି ନାହିଁ।
Related Posts
ବିକ୍ରି ହୋଇଥିବା ୪ମାସର ଶିଶୁ ପୁତ୍ର ଉଦ୍ଧାର, ମା’ଙ୍କୁ ହସ୍ତାନ୍ତର
18 January 2021
ବେଆଇନ ବନ୍ଧୁକ ରଖିବା ମାମଲା : ପୁଣି କୋର୍ଟରେ ହାଜର ହେଲେ ଡି-ବ୍ରଦର୍ସ
18 January 2021