ମର୍ଣ୍ଣିଂ ଓ୍ବାକ୍ ବେଳେ କାର୍ ଧକ୍କାରେ ମହିଳା ମୃତ

Published By : Prameya-News7 Bureau | December 26, 2018 IST

ଭୁବନେଶ୍ବର ୨୬|୧୨: ଭୁବନେଶ୍ବର ଖଣ୍ଡଗିରି ସ୍ଥିତ ନାକା ଗେଟ୍ ନିକଟରେ ସଡକ ଦୁର୍ଘଟଣା ହୋଇଛି । କାର୍ ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ମହିଳା ଜଣଙ୍କ ମର୍ଣ୍ଣିଂ ଓ୍ବାକ୍ କରୁଥିବା ବେଳେ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି ।

ସୂଚାନ ଅନୁସାରେ ସକାଳ ପ୍ରାୟ ୭ଟା ସମୟରେ ଖଣ୍ଡଗିରି ନାକା ଗେଟ୍ ରାସ୍ତାରେ ମହିଳା ଜଣଙ୍କ ମର୍ଣ୍ଣିଂ ଓ୍ବାକ୍ କରୁଥିଲେ । ସେହି ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ କାର୍ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ମୃତ ମହିଳା  ହେଲେ ତାଳବସ୍ତ ଅଞ୍ଚଳର ଲାବଣ୍ୟ ସ୍ବାଇଁ । ଦୁର୍ଘଟଣାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି ଉତ୍ତ୍ୟକ୍ତ ଲୋକେ । ଫଳରେ  କଳିଙ୍ଗ ଷ୍ଟୁଡିଓ-ଖଣ୍ଡଗିରି ରାସ୍ତାରେ ଗାଡି ଚଳାଚଳ ପ୍ରଭାବିତ ହୋଇଛି । ଏହା ସହ ଦୁର୍ଘଟଣା ଘଟାଇଥିବା ସ୍କର୍ପିଓକୁ ଭଙ୍ଗାରୁଜା କରିଛନ୍ତି ଉତ୍ତ୍ୟକ୍ତ ଲୋକେ । ଦୁର୍ଘଟଣା ଘଟାଇ ଡ୍ରାଇଭର ଫେରାର ହୋଇଯାଇଛି । ଖଣ୍ଡଗିରି ପୋଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.