ନିଆଁରେ ପୋଡି ମହିଳା ଜୀବନ୍ତ ଦଗ୍ଧ

Published By : Prameya-News7 Bureau | June 16, 2019 IST

ଯାଜପୁର ୧୬|୬: ନିଆଁରେ ପୋଡି ମହିଳା ଜୀବନ୍ତ ଦଗ୍ଧ ହୋଇଛନ୍ତି । ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ୍ ପୂର୍ବସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଛନ୍ତି । ନିଆଁ ଲାଗି ଦୁଇ ବଖରା ଘର ସହ ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛି ଦମକଳବାହିନୀ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.