ଷଣ୍ଢ ଆକ୍ରମଣରେ ଜଣେ ମହିଳା ମୃତ, ୫ ଆହତ

Published By : Prameya-News7 Bureau | January 26, 2020 IST

ଭୁବନେଶ୍ବର ୨୬।୧: ଷଣ୍ଢ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ବର ସାମନ୍ତରାପୁରରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

{"id":216161,"sizeSlug":"large"}

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସାମନ୍ତରାପୁରରେ କିଛି ଦିନ ହେଲା ଷଣ୍ଢଙ୍କ ଉପଦ୍ରବ ଦେଖିବାକୁ ମିଳିଛି । ଆଜି ଷଣ୍ଢ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ଷଣ୍ଢ ଆକ୍ରମଣରେ ଅନ୍ୟ ୫ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି । କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ କରିଥିଲେ । ସ୍ଥାନୀୟ ଲୋକ ଷଣ୍ଢକୁ ବାନ୍ଧିଦେଇଥିବା ଦେଖିବାକୁ ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.