ନିକଟସ୍ଥ ନାଳକୁ ଗାଧୋଇବାକୁ ଯାଇଥିଲେ ମହିଳା, ପାଣିରୁ ମିଳିଲା ମୃତଦେହ

Published By : Prameya-News7 Bureau | September 25, 2021 IST

ରାଇରଙ୍ଗପୁର, ୨୫/୦୯: ମୟୁରଭଞ୍ଜ ଜିଲ୍ଲା ତିରିଂ ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି । ଜଣେ ମହିଳାଙ୍କର ପାଣିରେ ବୁଡି ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

ସୂଚନା ଅନୁସାରେ ପୂର୍ବାହ୍ନ ପ୍ରାୟ ୧୧ ଘଟିକା ସମୟରେ ନିକଟସ୍ଥ ଟିଳିକୁଚା' ନାଳକୁ ଗାଧୋଇବାକୁ ଯାଇଥିବାବେଳେ ଜିରା ଲୋହାର(୩୫)ଙ୍କର ପାଣିରେ ବୁଡି ମୃତ୍ୟୁ ହୋଇଛି । ଖବର ପାଇ ତିରିଂ'ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମାଜିଷ୍ଟ୍ରେଟ୍ ଭାବେ ଉପସ୍ଥିତ ଥିବା ତିରିଂ ତହସିଲଦାର ଓ ସ୍ଥାନୀୟ ସରପଞ୍ଚଙ୍କ ଉପସ୍ଥିତିରେ ଘଟଣାର ତଦନ୍ତ ଆରମ୍ଭ କରିବା ସହିତ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ଡାକ୍ତରଖାନାକୁ ପଠାଇଛନ୍ତି । ଏନେଇ ତିରିଂ ଥାନାରେ କେଶ୍ ନଂ ୧୫/୨୧ରେ ଏକ ଅପମୃତ୍ୟୁ ମାମାଲା ରୁଜୁ କରାଯାଇଛି ।

ତେବେ ମୃତ ମହିଳାଙ୍କ ଅପସ୍ମାର (ମିର୍ଗୀ) ବେମାର ଥିବା କୁହାଯାଉଥିବା ବେଳେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ତିରିଂଥାନା ପୋଲିସ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.