ବିଲରୁ ମିଳିଲା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ, ହତ୍ୟା ପରେ ପୋଡି ଦେଇଥିବା ସନ୍ଦେହ
4/12/2020 at 10:24 AM

ଭଞ୍ଜନଗର ୪।୧୨: ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ଗଞ୍ଜାମ ଜିଲ୍ଲା ସୋରଡା ଥାନା ଅନ୍ତର୍ଗତ ବଜ୍ରଗୁମା ଗାଁରୁ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ ଚଳାଇଛି ।
ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ସୋରଡା ଥାନା ଅନ୍ତର୍ଗତ ବଜ୍ରଗୁମା ଗାଁ ନିକଟ ବିଲରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳାଙ୍କ ପରିଚୟ ମିଳିପାରିନାହଁ । ହତ୍ୟା ପରେ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ ସୋରଡା ପୋଲିସ ପହଞ୍ଚି ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।
Related Posts
ବଲାଙ୍ଗୀରରେ ଆଜି ଶୁଳିଆ ଯାତ୍ରା, କୋଭିଡ କଟକଣା ସତ୍ତ୍ୱେ ପୀଠରେ ପଡିବ ବଳି
19 January 2021
ବ୍ରହ୍ମପୁର: ଡିକି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍ ଘଟଣାରେ ଜଣେ ଗିରଫ
18 January 2021