ଗଛରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

Published By : Prameya-News7 Bureau | May 30, 2021 IST

ରାଇରଙ୍ଗପୁର ୩୦।୫: ଗଛରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ବାଗଡେଗା ଗ୍ରାମ ନିକଟ ଡୁଙ୍ଗୁରୀରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ମୃତ ମହିଳା ଜଣଙ୍କ ହେଲେ ବାଗଡେଗା ଗ୍ରାମର ନାଗୀ ଟୁଡୁ ।

ସୂଚନାଯୋଗ୍ୟ ଯେ, ଗାଁ ନିକଟ ଡୁଙ୍ଗୁରୀରେ ଥିବା ଏକ ଗଛରେ ମହିଳାଙ୍କ ମୃତଦେହ ଝୁଲୁଥିବା ଗାଁ ଲୋକେ ଦେଖିବାକୁ ପାଇଥିଲେ । ମୃତଦେହ ଦେଖି ଗାଁଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ମୃତ୍ୟୁର କାରଣ ଜଣାପଡିନଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରିଛି ପୋଲିସ । ଘଟଣାର ଅଧିକ ଛାନଭିନ୍ ଜାରି ରଖିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.