Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ନିଆଁରେ ପୋଡି ହୋଇ ମହିଳା ଗୁରୁତର, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ

10/10/2020 at 3:10 PM

ବଡବିଲ ୧୦।୧୦: କେନ୍ଦୁଝର ଜିଲ୍ଲା ଯୋଡା ଥାନା ହୁଡ଼ି ସାହିରେ ଅଘଟଣ । ନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି । ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଲା ତାହା ସ୍ପଷ୍ଟ ଜଣାପଡିନାହିଁ ।  ଶୁକ୍ରବାର ସଂଧ୍ୟାରେ ପରିବାର ଲୋକେ ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି ଯୋଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ ।

ତେବେ ଅବସ୍ଥା ଭଲ ନଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ମହିଳାଙ୍କ ଶରୀରର ପ୍ରାୟ ୬୦ ଭାଗ ପୋଡ଼ିଯାଇଥିବା ଜଣାପଡ଼ିଛି । ଆହତ ମହିଳା ହେଉଛନ୍ତି ହୁଡ଼ି ସାହିରେ ରହୁଥିବା ମିଥୁନ ପାତ୍ରଙ୍କ ସ୍ତ୍ରୀ ବାସନ୍ତୀ ପାତ୍ର । ଏନେଇ ଯୋଡ଼ା ଥାନାରେ କୌଣସି ରିପୋର୍ଟ ହୋଇ ନଥିଲେ ସୁଦ୍ଧା ପୋଲିସ ସୂଚନା ପାଇବା ପରେ ତଦନ୍ତ ଆରମ୍ଭ କରିଛି । 

   Related Posts