ଡାହାଣୀ ସନ୍ଦେହ ! ମହିଳାଙ୍କୁ ଗୁଳିମାଡ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

Published By : Prameya-News7 Bureau | December 09, 2019 IST

ରାଇରଙ୍ଗପୁର ୯।୧୨:  ଡାହାଣୀ ସନ୍ଦେହରେ ମହିଳାଙ୍କୁ ଗୁଳିମାଡ଼ ହୋଇଛି । ଗୁଳି ମାଡ଼ରେ ମହିଳା ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ବାରିପଦା ପିଆରଏମ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ଗୁରୁତର ମହିଳା ଜଣକ ହେଲେ ବିଶୋଇ ଥାନା ତଲକବାଦି ଗ୍ରାମର ମଇନୋ ହେମ୍ବ୍ରମ । ମହିଳାଙ୍କ ଅଭିଯୋଗ ପରେ ଜଣଙ୍କୁ ଅଟକ ରଖି ପଚରା ଉଚରା ଜାରି ରହିଛି ।

{"id":195462,"sizeSlug":"large"}

ତେବେ ଗତକାଲି ମହିଳା ଜଣକ ଘରେ ଶୋଇଥିବା ବେଳେ ଜଣେ ଦୁର୍ବୃତ୍ତ ତାଙ୍କ ଉପରକୁ ଗୁଳିମାଡ କରିଥିଲେ । ଫଳରେ ମହିଳା ଜଣଙ୍କ ମୁଣ୍ଡରେ ସାମାନ୍ୟ ଭାବେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ମହିଳା ଜଣଙ୍କ ପିଆରଏମ ମେଡିକାଲ କଲେଜରେ ଭର୍ତ୍ତି ହୋଇଛନ୍ତି । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି । ବିଶୋଇ ଥାନା ପୋଲିସ  ପହଞ୍ଚି ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.