Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଟ୍ରକ୍ ସହ ସ୍କୁଟି ଧକ୍କା, ଘଟଣାସ୍ଥଳରେ ଚାଲିଗଲା ମହିଳାଙ୍କ ଜୀବନ

22/12/2020 at 10:30 AM

ଖଲ୍ଲିକୋଟ ୨୨।୧୨: ସ୍କୁଟି ସହ ଟ୍ରକ୍ ଧକ୍କା । ଦୁର୍ଘଟଣାରେ ମହିଳାଙ୍କ ମୃତ୍ୟୁ ହୋଇଛି । ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଘଟଣାସ୍ଥଳରେ ସ୍ଥାନୀୟଲୋକ ରାସ୍ତା ଅବରୋଧ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅନ୍ତର୍ଗତ ରଙ୍ଗମାଟିଆ ଛକ ନିକଟରେ ଏକ ସ୍କୁଟି ସହ ଟ୍ରକ୍ ଧକ୍କା ହୋଇଛି । ଘଟଣାସ୍ଥଳରେ ସ୍କୁଟିରେ ବସିଥିବା ହଂସପୁର ଗ୍ରାମର ଶିବୁ ନାହାକଙ୍କ ସ୍ତ୍ରୀ ଶୋଭାମଣୀ ନାହାକଙ୍କ ମୃତ୍ୟୁ ହୋଇଛି । ଖବର ପାଇ ଗ୍ରାମବାସୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ରାସ୍ତାରୋକ କରିଛନ୍ତି । ଫଳରେ ମାଧପୁରଠାରୁ ପୁରୁଷୋତ୍ତମପୁର ପର୍ଯ୍ୟନ୍ତ ଯାତାୟତ ବାଧାପ୍ରାପ୍ତ ହୋଇଛି । ଛତ୍ରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡି ଚାଳକଙ୍କୁ ଅଟକ ରଖିଛି । କ୍ଷତିପୂରଣ ଦାବିରେ ରାସ୍ତାରୋକ ଜାରି ରହିଥିବା ଜଣାପଡିଛି ।

   Related Posts