ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya-News7 Bureau | February 05, 2020 IST

କଳାହାଣ୍ଡି ୫।୨: ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ କିଡିଗଂ ଗାଁ ନିକଟ ଜଙ୍ଗଲରୁ ମୃତଦେହ ଠାବ ହୋଇଛି । ମହିଳାଙ୍କ ମୁଣ୍ଡ ଓ ଶରୀର ପୋଡି ଯାଇଥିବା ବେଳେ ଗୋଡର କିଛି ଅଂଶ ପଡିରହିଥିବା ଦେଖିବାକୁ ମିଳିଛି । ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ ।

ଜଙ୍ଗଲକୁ ଯାଇଥିବା ଗାଈ ଚରାଳୀ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଇଛି । ତେବେ ମହିଳାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଘଟଣା ଲୁଚାଇବା ପାଇଁ ପୋଡି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.