ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

Published By : Prameya-News7 Bureau | March 08, 2021 IST

ସୁନ୍ଦରଗଡ ୮।୩: ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର । ସୁନ୍ଦରଗଡ ଟାଉନ ଥାନା ଅନ୍ତର୍ଗତ ଖମାରି ପଡାରେ ଥିବା ଏକ ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଟାଉନ ଥାନା ଅନ୍ତର୍ଗତ ଖମାରି ପଡାରେ ଥିବା ଏକ ବାଲି ଗଦାରୁ ମହିଳାଙ୍କ ମୃତଦେହ ପଡିଥିବା ଦେଖିଥିଲେ ସ୍ଥାନୀୟ ଲୋକ । ମୃତଦେହ ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମହିଳା ଜଣଙ୍କ ସବଡେଗା ଅଞ୍ଚଳର ବୋଲି ଜଣାପଡିଛି । ସେ ଖମାରି ପଡାରେ ରହି କାମ କରୁଥିଲେ । ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.