ମହିଳାଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

Published By : Prameya-News7 Bureau | March 13, 2020 IST

କରଞ୍ଜିଆ, ୧୩|୦୩: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆରେ ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ଜିଲ୍ଲାର ଜଶୀପୁର ଥାନା ବରହିପାଣି ମାଟିଘାଟି ଠାରେ ଜଣେ ଅଜଣା ମହିଳାଙ୍କ ମୃତଦେହ ପଡିରହିଛି। ପାରିପାର୍ଶ୍ବିକ ଅବସ୍ଥାରୁ ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଏନେଇ ଜଶୀପୁର ଥାନା ଅଧିକାରୀ ରଞ୍ଜନ ସେଠୀ ସୂଚନା ଦେଇଛନ୍ତି ।

ଜଶୀପୁର ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ କରଞ୍ଜିଆ ମେଡିକାଲକୁ ପଠାଇଛି। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ କହିଛି।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.