Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ପରିତ୍ୟକ୍ତ ଘରୁ ଅଚେତ ଅବସ୍ଥାରେ ମହିଳା ଉଦ୍ଧାର, ମେଡିକାଲରେ ଭର୍ତ୍ତି

19/09/2019 at 8:33 AM

ଜଗତସିଂହପୁର ୧୯।୯: ଜଗତସିଂହପୁର ବିଲୁଆଖାଇ ନଦୀ ପଠାରୁ ନର୍ସ ନିହାରିକାଙ୍କ ମୃତଦେହ ମିଳିବା ଘଟଣା ଲୋକଙ୍କ ମନରେ ନାନା କଳ୍ପନା ଜଳ୍ପନା ସୃଷ୍ଟି କରିଥିବା ବେଳେ ପୁଣି ପରିତ୍ୟକ୍ତ ଘରୁ ଅଚେତ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଛି ।

ସୂଚନାଯୋଗ୍ୟ ଯେ, କଟକ-ପାରାଦୀପ ରାସ୍ତାର ସୋମପୁର ଛକ ନିକଟ ଏକ ପରିତ୍ୟକ୍ତ ଘରୁ ମହିଳା ଜଣଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର କରିବା ପରେ ମହିଳାଙ୍କୁ ରଘୁନାଥପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି ସ୍ଥାନୀୟ ଲୋକେ । ମହିଳା ଜଣଙ୍କ ହେଲେ ପାରାଦୀପର ରୋଜାଲିନ୍ ବାରିକ । ତେବେ କିପରି ଓ କେଉଁ ପରିସ୍ଥିତିରେ ମହିଳା ଜଣଙ୍କ ଏଠାରେ ପହଞ୍ଚିଲେ ତାହା ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ ଚଳାଇଛି ।

   Related Posts