Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ବିଭିନ୍ନ ଅଭିଯୋଗରେ ମହିଳା କଂଗ୍ରେସର ବିକ୍ଷୋଭ : ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

8/03/2021 at 4:13 PM

ଭଦ୍ରକ ୮।୩: ବିଶ୍ବ ମହିଳା ଦିବସରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅପରିଣାମଦର୍ଶୀ ଶାସନ ଅଭିଯୋଗ ନେଇ ମହିଳା କଂଗ୍ରେସର ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ । ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସହ ପ୍ରଧାନମନ୍ତ୍ରୀ, ତୈଳ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ କୁଶପୁତ୍ତଳିକା ଦାହ କରିଛି ଭଦ୍ରକ ଜିଲ୍ଲା ମହିଳା କଂଗ୍ରେସ । ଗ୍ୟାସ୍, ଡିଜେଲ ଓ ପେଟ୍ରୋଲ ସହ  ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଆକାଶ ଛୁଆଁ ମୂଲ୍ୟ ବୃଦ୍ଧିକୁ ବିରୋଧ କରିଛି ମହିଳା କଂଗ୍ରେସ ।

ଫଳରେ ମହିଳାମାନଙ୍କର ସମ୍ମାନ, ସ୍ବାଭିମାନ ଓ ଆର୍ଥିକ ପ୍ରଗତିର ଅବକ୍ଷୟ ହେବା ସଙ୍ଗେ ସଙ୍ଗେ ପରିବାର ଚଳାଇବା କାଠିକର ପାଠ ହୋଇ ଗଲାଣି ବୋଲି କହିଛି ମହିଳା କଂଗ୍ରେସ । ତେଣୁ ଏହାକୁ  ଜିଲ୍ଲା ମହିଳା କଂଗ୍ରେସ ଗୁରୁତ୍ଵ ଦେଇ ସରକାର  ତୁରନ୍ତ ଏ ସମସ୍ତ ସାମଗ୍ରୀ ଉପରୁ ଦର ପ୍ରତ୍ୟାହାର କରାଯିବା ଦାବିରେ ଭଦ୍ରକ ଜିଲ୍ଲାପାଳ ଙ୍କ ଅଫିସ ସମ୍ମୁଖରେ ମହିଳା କଂଗ୍ରେସ ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହାସହ ସହ ପ୍ରଧାନମନ୍ତ୍ରୀ, ତୈଳ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ କୁଶପୁତ୍ତଳିକା ଦାହ କରିଛି ଭଦ୍ରକ ଜିଲ୍ଲା ମହିଳା କଂଗ୍ରେସ ।

   Related Posts