Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି
  • ||
  • କୋରାପୁଟ : ଘାଟିରେ ସିରିଜ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍
  • ||
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||

ଆନ୍ତର୍ଜାତୀୟ ମହିଳା ଦିବସ : ଓଡିଶାର ମହିଳା ଶିଳ୍ପୀ ବାଲୁକା କଳା ଜରିଆରେ ‘ମହିଳା ସଶକ୍ତିକରଣ’ର ଦେଲେ ବାର୍ତ୍ତା

8/03/2020 at 6:45 PM

ନୂଆଦିଲ୍ଲୀ ୦୮।୦୩- ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବାଲୁକା ଶିଳ୍ପୀ ସୁର୍ଦଶନ ପଟ୍ଟନାୟକଙ୍କ ଶିକ୍ଷାନୁଷ୍ଠାନର ଛାତ୍ରୀମାନେ ପୁରୀ ବେଳାଭୂମିରେ ସୁନ୍ଦର ବାଲୁ କଳାକୃତି ପ୍ରସ୍ତୁତ କରିଛନ୍ତି। ଏହି ବାଲୁ କଳାକୃତିରେ ମହିଳା ସଶକ୍ତିକରଣର ବାର୍ତ୍ତା ଦିଆଯାଇଛି।

ପଟ୍ଟନାୟକ ବାଲୁ କଳାକୃତି ସହିତ ମହିଳା ଶିଳ୍ପୀଙ୍କ ଫଟୋ ଟୁଇଟରରେ ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି ଯେ, ଆମର ବାଲୁକା କଳାକୃତି ଅନୁଷ୍ଠାନର ବାଳିକା ବାଲୁକା ଶିଳ୍ପୀ ମହିଳା ସଶକ୍ତିକରଣର ବାର୍ତ୍ତା ଦେଇ ପୁରୀ ବେଳାଭୂମିକରେ ଏକ ସୁନ୍ଦର ବାଲୁକା କଳାକୃତି ପ୍ରସ୍ତୁତ କରିଛନ୍ତି। ଏହା ସହିତ ସେ #InternationalWomenDay2020,  ‘#WomenPower’, #WomensDay2020   ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, ସମଗ୍ର ବିଶ୍ଵରେ ମାର୍ଚ୍ଚ ୮କୁ ଆନ୍ତର୍ଜାତୀୟ ମହିଳା ଦିବସ ଭାବେ ଉତ୍ସାହର ସହିତ ପାଳନ କରାଯାଇଛି। ଏହି ଦିନ ସମାଜ ଓ ଦେଶ ପାଇଁ ଉଲ୍ଲେଖନୀୟ ଅବଦାନ ଦେଇଥିବା ମହିଳାଙ୍କୁ ସମ୍ମାନିତ କରିବା ସହିତ ସମାଜରେ ଉଭୟ ପୁରୁଷ ଓ ମହିଳାଙ୍କୁ ସମାନ ଦୃଷ୍ଟିରେ ଦେଖିବାକୁ ଲୋକଙ୍କୁ ଅପିଲ କରାଯାଇଛି।

   Related Posts