Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ଶୁକ୍ରବାରଠୁ ପୁରୀ ଓ ଭୁବନେଶ୍ବରର ସୌନ୍ଦର୍ଯ୍ୟକରଣ କାମ ହେବ ଆରମ୍ଭ , କରୋନା ପାଇଁ ୨ ମାସ ହେଲା ଥିଲା ସ୍ଥଗିତ

27/05/2020 at 2:52 PM

ଭୁବନେଶ୍ୱର ୨୭।୦୫:  ଆସନ୍ତା ଶୁକ୍ରବାରଠୁ ପୁରୀ ଓ ଭୁବନେଶ୍ବରର ସହରର ଆରମ୍ଭ ହେବ ଐତିହ୍ୟ ପ୍ରକଳ୍ପ କାମ। ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ଐତିହ୍ୟ ପ୍ରକଳ୍ପ କାମ ଶୁକ୍ରବାରୁ ଠାରୁ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଜି ପୁରୀ ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା କରିବା ପରେ ନିଷ୍ପତ୍ତି ହୋଇଛି । ଲକଡାଉନ ପାଇଁ ଦୁଇମାସ ଧରି ବନ୍ଦ ରହିଥିଲା ଏହିସବୁ କାମ। ପୁରୀରେ ଶ୍ରୀସେତୁ, ଶ୍ରୀଜଗନ୍ନାଥ ବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମହୋଦଧି ମାର୍କେଟ କଂପ୍ଲେକ୍ସ ଓ ମୂଷା ନଦୀର ସଂପ୍ରସାରଣ ପ୍ରକଳ୍ପ ଉପରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି। ଏସବୁ ପ୍ରକଳ୍ପ ଦୁଇ ତିନି ମାସ ଭିତରେ ସାରିବାକୁ ନିଷ୍ପତ୍ତି ହୋଇଛି। ଏଥି ସହିତ ଶୁକ୍ରବାରଠୁ ଭୁବନେଶ୍ବରର ବିକାଶ କାର୍ଯ୍ୟ ମଧ୍ୟ ଆରମ୍ଭ ହେବ । ଏକାମ୍ର କ୍ଷେତ୍ର ଶ୍ରୀଲିଙ୍ଗରାଜ ମନ୍ଦିର ଚର୍ତୁଃପାର୍ଶର ଉନ୍ନତି କରଣ କାର୍ଯ୍ୟ ମଧ୍ୟ ଚାଲୁ ହେବ । କରୋନା ପାଇଁ ୨ ମାସ ଧରି ସୌନ୍ଦର୍ଯ୍ୟକରଣ କାମ ବନ୍ଦ ରହିଥିଲା ।

   Related Posts