ତରଙ୍ଗ ଷ୍ଟୁଡିଓ ସମ୍ମୁଖରେ ଠିକା ଶ୍ରମିକଙ୍କ ଧାରଣା ୧୭ଦିନରେ ପହଞ୍ଚିଛି

Published By : Prameya-News7 Bureau | November 17, 2020 IST

ଖୋର୍ଦ୍ଧା ୧୭।୧୧: ସାରୁଅ ସ୍ଥିତ ତରଙ୍ଗ ଷ୍ଟୁଡିଓରେ କାମ କରୁଥିବା ଠିକା ଶ୍ରମିକଙ୍କ ଧାରଣା ୧୭ ଦିନରେ ପହଞ୍ଚିଛି । ନିଜର ହକ୍ ଯଥା ସ୍ଥାୟୀ ନିଯୁକ୍ତି, ସରକାରଙ୍କ ନିୟମ ଅନୁଯାୟୀ ବେତନ ପ୍ରଦାନ, ଇଏସଆଇ, ଇପିଏଫ, ଲାଇଫ୍ ଇନସ୍ୟୁରାନ୍ସ, ପ୍ରଦାନ ପାଇଁ ଶ୍ରମିକମାନେ ଦାବି କରିଛନ୍ତି ।

ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଧାରଣାରେ ବସିଥିବା ଶ୍ରମିକମାନଙ୍କୁ ବୁଝାସୁଝା କରିଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ । ଫଳରେ ଶ୍ରମିକମାନଙ୍କ ଧାରଣା ଜାରି ରହିଛି । ଦାବି ନ ପୁରଣ ହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଶ୍ରମିକମାନେ କହିଛନ୍ତି । ଖୁବ୍ ଶୀଘ୍ର ଶ୍ରମିକଙ୍କୁ ନ୍ୟାୟ ନ ମିଳିଲେ ଶ୍ରମିକମାନେ ରାଜରାସ୍ତାକୁ ଓହ୍ଲାଇବା ନେଇ ଚେତାବନୀ ଦେଇଛନ୍ତି ।

ଅନ୍ୟ ପକ୍ଷରେ ୧୮ ତାରିଖ ଦିନ ଉଭୟ ଶ୍ରମିକ ଏବଂ ଓଟିଭି କର୍ତ୍ତୃପକ୍ଷଙ୍କୁ ଆଲୋଚନା ନେଇ କାର୍ଯ୍ୟାଳୟରେ  ହାଜର ହେବାକୁ ଭୁବନେଶ୍ବର ଡିଏଲସି ନୋଟିସ ଜାରି କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.