Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||

ତରଙ୍ଗ ଷ୍ଟୁଡିଓ ସମ୍ମୁଖରେ ଠିକା ଶ୍ରମିକଙ୍କ ଧାରଣା ପ୍ରସଙ୍ଗ : ଡିଏଲସିରେ ହାଜର ହେବେ ଶ୍ରମିକ ଏବଂ ଓଟିଭି କର୍ତ୍ତୃପକ୍ଷ

18/11/2020 at 10:46 AM

ଖୋର୍ଦ୍ଧା ୧୮।୧୧: ସାରୁଅ ସ୍ଥିତ ତରଙ୍ଗ ଷ୍ଟୁଡିଓରେ କାମ କରୁଥିବା ଠିକା ଶ୍ରମିକଙ୍କ ଧାରଣା ୧୮ ଦିନରେ ପହଞ୍ଚିଛି । ନିଜର ହକ୍ ଯଥା ସ୍ଥାୟୀ ନିଯୁକ୍ତି, ସରକାରଙ୍କ ନିୟମ ଅନୁଯାୟୀ ବେତନ ପ୍ରଦାନ, ଇଏସଆଇ, ଇପିଏଫ, ଲାଇଫ୍ ଇନସ୍ୟୁରାନ୍ସ, ପ୍ରଦାନ ପାଇଁ ଶ୍ରମିକମାନେ ଦାବି କରିଛନ୍ତି ।

ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଧାରଣାରେ ବସିଥିବା ଶ୍ରମିକମାନଙ୍କୁ ବୁଝାସୁଝା କରିଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ । ଫଳରେ ଶ୍ରମିକମାନଙ୍କ ଧାରଣା ଜାରି ରହିଛି । ଦାବି ନ ପୁରଣ ହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଶ୍ରମିକମାନେ କହିଛନ୍ତି । ଖୁବ୍ ଶୀଘ୍ର ଶ୍ରମିକଙ୍କୁ ନ୍ୟାୟ ନ ମିଳିଲେ ଶ୍ରମିକମାନେ ରାଜରାସ୍ତାକୁ ଓହ୍ଲାଇବା ନେଇ ଚେତାବନୀ ଦେଇଛନ୍ତି ।

ଅନ୍ୟ ପକ୍ଷରେ ବୁଧବାର ଉଭୟ ଶ୍ରମିକ ଏବଂ ଓଟିଭି କର୍ତ୍ତୃପକ୍ଷଙ୍କୁ ଆଲୋଚନା ନେଇ କାର୍ଯ୍ୟାଳୟରେ ହାଜର ହେବାକୁ ଭୁବନେଶ୍ବର ଡିଏଲସି ନୋଟିସ ଜାରି କରିଛନ୍ତି । ଶ୍ରମିକମାନଙ୍କ ଦାବି ଅନୁଯାୟୀ ସ୍ଥାୟୀ ନିଯୁକ୍ତି, ବେତନ ଓ ଜୀବନ ବୀମାକୁ ନେଇ ଉଭୟ ପକ୍ଷଙ୍କ ମଧ୍ୟରେ ଆଲୋଚନା ହେବ ଏଥିରେ ଶ୍ରମ ଅଧିକାରୀ ଏବଂ ଶ୍ରମ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ।

   Related Posts