Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ବିଶ୍ବକପ୍ କ୍ରିକେଟ୍ : ଆଜି ଶ୍ରୀଲଙ୍କା-ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ଟକ୍କର

15/06/2019 at 12:24 PM

ଲଣ୍ଡନ ୧୫|୬: ଇଂଲଣ୍ଡରେ ଖେଳାଯାଉଥିବା କ୍ରିକେଟ୍  ବିଶ୍ବକପ୍ ​​ରେ ଆଜି ୨ଟି ମ୍ୟାଚ୍ ଖେଳାଯିବ । ପ୍ରଥମ ମ୍ୟାଚ୍ ରେ ଶ୍ରୀଲଙ୍କା -ଅଷ୍ଟ୍ରେଲିଆ ମୁକାବିଲା ହେବ। ଚଳିତ ବିଶ୍ବକପ୍ ରେ ଅଷ୍ଟ୍ରେଲିଆ ଦଳ ୪ଟି ମ୍ୟାଚ୍ ଖେଳି ୩ଟିରେ ବିଜୟୀ ହୋଇଥିବା ବେଳେ ଗୋଟିଏରେ ପରାଜିତ ହୋଇ ୬ ପଏଣ୍ଟ ହାସଲ କରିଛି। ଅନ୍ୟପଟରେ ଶ୍ରୀଲଙ୍କା ଦଳ ବର୍ତ୍ତମାନ ସୁଦ୍ଧା ୪ଟି ମ୍ୟାଚ୍  ଖେଳିଛି। ଦଳ ଗୋଟିଏରେ ବିଜୟୀ ହୋଇଥିବା ବେଳେ ଗୋଟିଏରେ ପରାଜିତ ହୋଇଛି। ବାକି ଦୁଇଟି ମ୍ୟାଚ୍ ବର୍ଷା ଯୋଗୁଁ ବାତିଲ ହୋଇଯାଇଛି।

ବିଶ୍ବକପର ଦ୍ବିତୀୟ ମ୍ୟାଚ୍ ରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା ଓ ଆଫଗାନିସ୍ତାନ। ପଏଣ୍ଟ ଟେବୁଲର ଶେଷ ଭାଗକୁ ରହିଥିବା ଏହି ଦୁଇ ଦଳ ଏପର୍ଯ୍ୟନ୍ତ ଗୋଟିଏ ହେଲେ ମ୍ୟାଚ୍  ଜିତି ପାରି ନାହାନ୍ତି। ଦକ୍ଷିଣ ଆଫ୍ରିକା ବର୍ତ୍ତମାନ ସୁଦ୍ଧା ୪ଟି ମ୍ୟାଚ୍  ଖେଳି ୩ଟିରେ ପରାଜିତ ହୋଇଥିବା ବେଳେ ଗୋଟିଏ ମ୍ୟାଚ୍  ବର୍ଷା ଯୋଗୁଁ ବାତିଲ ହୋଇଛି। ଦକ୍ଷିଣ ଆଫ୍ରିକା ଦଳ ଗୋଟିଏ ପଏଣ୍ଟ ହାସଲ କରିବାରେ ସକ୍ଷମ ହୋଇଛି ।

   Related Posts