Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

କଥାକାର ରାମଚନ୍ଦ୍ର ବେହେରାଙ୍କୁ ଅତିବଡି ଜଗନ୍ନାଥ ଦାସ ପୁରସ୍କାର

27/01/2021 at 7:14 PM

ଭୁବନେଶ୍ଵର ୨୭।୦୧: ଓଡିଶା ସାହିତ୍ୟ ଏକାଡେମୀର ୨୦୨୦ ମସିହା ନିମନ୍ତେ ମର୍ଯ୍ୟାଦାଜନକ ସର୍ବୋଚ୍ଚ ସାରସ୍ଵତ ସମ୍ମାନ ଅତିବଡି ଜଗନ୍ନାଥ ଦାସ ପୁରସ୍କାର ଘୋଷଣା କରାଯାଇଛି। ୨୦୨୦ ପାଇଁ କଥାକାର ରାମଚନ୍ଦ୍ର ବେହେରା ପାଇବେ ଏହି ସମ୍ମାନଜନକ ପୁରସ୍କାର। ଏଥିସହ ବୟୋଜ୍ୟେଷ୍ଠ ସାରସ୍ଵତ ସାଧକ-ସାଧିକା ସମ୍ବର୍ଦ୍ଧନା ପାଇଁ ୧୫ ଜଣଙ୍କ ନାମ ଘୋଷଣା ହୋଇଛି।

ଓଡିଶା ସାହିତ୍ୟ ଏକାଡେମୀର ସଭାପତି ହରିହର ମିଶ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କାର୍ଯ୍ୟକାରୀ ପରିଷଦ ବୈଠକରେ ପୁରସ୍କାର ସଂପର୍କରେ ଏହି ନିଷ୍ପତ୍ତି ନିଆଯାଇଛି। ଏକାଡେମୀ ପକ୍ଷରୁ ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ଏହି ପୁରସ୍କାର ଓ ସମ୍ବର୍ଦ୍ଧନା ପ୍ରଦାନ କରାଯିବ।

ବୟୋଜ୍ୟେଷ୍ଠ ସାରସ୍ଵତ ସାଧକ-ସାଧିକା ସମ୍ବର୍ଦ୍ଧନା ପାଇଁ ୧୫ ଜଣଙ୍କ ମଧ୍ୟରେ ଅଛନ୍ତି ଦେବେନ୍ଦ୍ର କୁମାର ଦାଶ, ଗିରିଜା ଶଙ୍କର ଶର୍ମା, ଅଶୋକ କୁମାର ପଟ୍ଟନାୟକ, ବାବାଜୀ ଚରଣ ପଟ୍ଟନାୟକ, ବାଇଧର ସାହୁ, ଜୀବନକୃଷ୍ଣ ମହାପାତ୍ର, ଦିଗରାଜ ବ୍ରହ୍ମା, ରୁଦ୍ରନାରାୟଣ ପୃଷ୍ଟି, ସୌଭାଗିନୀ ମିଶ୍ର, ସ୍ଵରାଜ୍ୟଲକ୍ଷ୍ମୀ ମିଶ୍ର, କୃପାସିଦ୍ଧୁ ନାୟକ, ନିର୍ମଳପ୍ରଭା ନାୟକ, ରାସେଶ୍ଵରୀ ମିଶ୍ର, ରାଧାବିନୋଦ ନାୟକ ଓ ମହେଶ୍ଵର ମୂଳିଆ ସାମିଲ।

   Related Posts