Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ଭୁଲ ଇଞ୍ଜେକ୍ସନ ନେଲା ରୋଗୀର ଜୀବନ ! କ୍ଷତିପୂରଣ ଦାବିରେ ସମ୍ପର୍କୀୟଙ୍କ ରାସ୍ତାରୋକ

5/11/2021 at 12:29 PM

ବାଲିଗୁଡା, ୦୫/୧୧: ରୋଗୀଙ୍କ ମୃତ୍ୟୁକୁ ନେଇ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଉତ୍ତେଜନା । ଭୁଲ ଇଞ୍ଜେକସନ ଦେବା ଯୋଗୁଁ ରୋଗୀଙ୍କ ମୃତ୍ୟୁ ହୋଇଥିବା ସମ୍ପର୍କୀୟଙ୍କ ଅଭିଯୋଗରେ ଉପଖଣ୍ଡ ଚିକିତ୍ସାଳୟ ସମ୍ମୁଖରେ ସମ୍ପର୍କୀୟ ଓ ସ୍ଥାନୀୟ ଲୋକଙ୍କ ଦ୍ବାରା ୫୯ନଂ ଜାତୀୟ ରାଜପଥ ଅବରୋଧ ମଧ୍ୟ କରାଯାଇଛି।

ସୂଚନାନୁସାରେ, ଗୁରୁବାର ସଲାଗୁଡା ତେଲେପଙ୍ଗା ଗ୍ରାମର ରବିଚନ୍ଦ୍ର ଦିଗାଲଙ୍କ ଡାକ୍ତରଖାନାରେ ମୃତ୍ୟୁ ଘଟିଥିଲା । ରବିଚନ୍ଦ୍ରଙ୍କର ଗୋଡ଼ ବଥା ସହ ଜ୍ବର ହେଉଥିଲା । ସମ୍ପର୍କୀୟ ତାଙ୍କୁ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । କିଛି ସମୟ ପରେ ତାଙ୍କର ମୃତ୍ୟୁ ଘଟିଥିଲା । ଏହାପରେ ପରିବାର ଓ ସ୍ଥାନୀୟ ଲୋକେ ଡାକ୍ତରଖାନା ପରିସରରେ ବିକ୍ଷୋଭ କରିଥିଲେ। ଘଟଣାସ୍ଥଳରେ ବାଲିଗୁଡ଼ା ଏସଡିପିଓ ମନୋଜ ପୂଜାରୀ, ଥାନା ଅଧିକାରୀ ବାବାଶଙ୍କର ସରାଫଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିଲେ ।

କିନ୍ତୁ ଶୁକ୍ରବାର ପୁଣି ସ୍ଥାନୀୟ ବାସିନ୍ଦା ରାଜ ରାସ୍ତାକୁ ଆସି ୫୯ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଏହାସହ ସେମାନେ ୨୦ ଲକ୍ଷର କ୍ଷତିପୂରଣ ଦାବି କରିଛନ୍ତି ।

   Related Posts