Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

୨୪ଘଣ୍ଟା ଓଡିଶା ଛୁଇଁବ ମୌସୁମୀ : ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

11/06/2020 at 7:31 AM

ଭୁବନେଶ୍ବର ୧୧।୬: ଆସନ୍ତା ଦୁଇଦିନ ରାଜ୍ୟରେ ଲାଗି ରହିବ ବର୍ଷା । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ହୋଇପାରେ । ସେପଟେ ଶୁକ୍ରବାର ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପୂର୍ବ କେନ୍ଦ୍ରୀୟ ଓ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ ରହିଛି । ଏହା ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର୍‌.ବିଶ୍ବାସ କହିଛନ୍ତି, ମୌସୁମୀ ଶୁକ୍ରବାର ସୁଦ୍ଧା ଓଡ଼ିଶା ଛୁଇଁଯିବ ବୋଲି ୯୦ ପ୍ରତିଶତ ସମ୍ଭାବନା ରହିଛି । ଦକ୍ଷିଣ ଓଡିଆରେ ବର୍ଷା ଆରମ୍ଭ ହୋଇଛି। ଆସନ୍ତା ଦୁଇଦିନ ରାଜ୍ୟରେ ଭଲ ବର୍ଷା ହେବ । ୧୩ ତାରିଖ ସକାଳ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାରେ ବର୍ଷା କମ୍‌ ହେବ । ହେଲେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଗୁରୁବାର ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉତ୍ତର ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି । ଏ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ ତାରିଖରେ ମଧ୍ୟ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି ।

   Related Posts