ରାଜ୍ୟରେ ମୌସୁମୀ ସକ୍ରିୟ : ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୪ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

Published By : Prameya-News7 Bureau | June 30, 2020 IST

ଭୁବନେଶ୍ବର ୩୦।୬: ପୁଣି ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜି ରାଜ୍ୟର ୧୦ଟି  ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ପବନ, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝରର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏଥିସହ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।

ସେହିପରି ଜୁଲାଇ ପହିଲାରୁ ରାଜ୍ୟରେ ବର୍ଷା ଲାଗି ରହିବ। ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.