Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା, ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

14/06/2020 at 8:03 AM

ଭୁବନେଶ୍ବର ୧୪।୬: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଲାଗି ରହିବ ବର୍ଷା । କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ, ନୂଆପଡା, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବା ସମ୍ଭାବନା ରହିଛି । ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା ସମେତ ରାଜ୍ୟର ଅନ୍ୟ କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ୧୮ ତାରିଖ ବେଳକୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିପାରେ।

ରାଜ୍ୟର ପ୍ରାୟ ସବୁ ଜିଲ୍ଲାକୁ ମୌସୁମୀ ଛୁଇଁ ସାରିଥିବା ବେଳେ ଏଥିପାଇଁ ପାଗ ଅନୁକୂଳ ରହିଛି । ଆନ୍ଧ୍ର ପ୍ରଦେଶର ଉତ୍ତର ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଓ ଉପକୂଳ ଓଡିଶା ଭିତରେ ଥିବା ଲଘୁଚାପ ଏବଂ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି ।

   Related Posts