Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ଆଗକୁ ଆହୁରି ବର୍ଷିବ : ୪ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି, ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

11/09/2019 at 1:17 PM

ଭୁବନେଶ୍ବର ୧୧।୯: ଛତିଶଗଡ଼ ଓଡ଼ିଶା ଝାଡ଼ଖଣ୍ଡ ସୀମାର ସ୍ଥଳଭାଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାତିରୁ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ଲାଗି ରହିଛି । ଏବେ ମୌସୁମୀ ସକ୍ରିୟ ରହିଛି । ରାଜଧାନୀ ଭୁବନେଶ୍ବରରେ ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି ।

ସେପଟେ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ୪ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଦିନ ୧ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, ବାଲେଶ୍ବର, ମୟୁରଭଞ୍ଜ, ଭଦ୍ରକ, ଗଞ୍ଜାମ, ନୟାଗଡ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

   Related Posts