ଉତ୍ତର ବଙ୍ଗୋପସାଗରରେ ଲଘୁଚାପ : ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ଣ୍ଣିଂ ଜାରି

Published By : Prameya-News7 Bureau | July 27, 2021 IST

ଭୁବନେଶ୍ବର ୨୭।୭: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ସକାଳୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆଜିଠୁ ୩୦ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୨ ଜିଲ୍ଲା ହେଉଛି ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଓ କଟକ ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ।

ଉତ୍ତର ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।  ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି  ୪୦ରୁ ୫୦ କି.ମି. ରହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.