ଆସନ୍ତା ୨୪ଘଣ୍ଟା ମଧ୍ୟରେ ବର୍ଷା, ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Published By : Prameya-News7 Bureau | March 12, 2020 IST

ଭୁବନେଶ୍ବର ୧।୩: ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମରାଠାଠାରୁ ଦକ୍ଷିଣ ତାମିଲନାଡୁ ଯାଏଁ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି । ଟ୍ରପ୍ ଲାଇନ୍ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଜି ଉତ୍ତର, ପଶ୍ଚିମ, ଓ ଉପକୂଳ ଓଡିଶାର ୧୨ଟି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ଢେଙ୍କାନାଳ ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୧୪ ତାରିଖ ପରଠୁ ପାଗରେ ପରିବର୍ତ୍ତନ ଆସିବା ସହ ତାପମାତ୍ର ବଢିବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.