୨୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି, ବଜ୍ରପାତ ଓ କୁଆପଥର ବର୍ଷା ସମ୍ଭାବନା

Published By : Prameya-News7 Bureau | April 21, 2021 IST

ଭୁବନେଶ୍ବର ୨୧।୪: ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତ୍ତର, କେନ୍ଦ୍ରୀୟ ଓଡ଼ିଶାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି ।

ଏହି ୨୧ଟି ଜିଲ୍ଲା ହେଉଛି ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର । ଏହି ୨୧ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା । ପବନର ବେଗ ୪୦-୫୦ କିଲୋମିଟର ରହିପାରେ । ଏହି ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.